ଆସନ୍ତା ଦୁଇ ଦିନ ମଧ୍ୟରେ ଖସିବ ତାପମାତ୍ରା, ୨୬ରୁ ପୁଣି ଶୀତ

ଭୁବନେଶ୍ୱର- ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ଖସିବ । ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ଶୀତ ବଢିବ । ହେଲେ ପାଗ ମୁଖ୍ୟତଃ ଖରାଟିଆ ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ଆଜି ରାତି ଓ ମଙ୍ଗଳବାର ସକାଳ ପାଇଁ ଘନ କୁହୁଡି ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ,ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ପାଇଁ କୁହୁଡି ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଆଗାମୀ ୨୪ ଘଂଟାରେ ସୁନ୍ଦରଗଡ, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Comments are closed.