ଲକ୍ଷ୍ମୀପୁର ହିଂସା ନେଇ ରାଷ୍ଟ୍ରପତିଙ୍କୁ ଭେଟିଲା କଂଗ୍ରେସ ପ୍ରତିନିଧି ଦଳ, କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ବରଖାସ୍ତ ଦାବି କଲା

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧୀ ଦଳ ବୁଧବାର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟି ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କୁ ବରଖାସ୍ତ କରିବାକୁ ଦାବି କରିଛନ୍ତି।

ରାହୁଲଙ୍କ ବ୍ୟତୀତ କଂଗ୍ରେସ ପ୍ରତିନିଧି ଦଳରେ ରାଜ୍ୟସଭାରେ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖର୍ଗେ ଏବଂ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସାମିଲ ଥିଲେ।

ଅକ୍ଟୋବର ୩ରେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ଗ୍ରାମ ଗସ୍ତ ବିରୁଦ୍ଧରେ ଲକ୍ଷ୍ମୀପୁର ଖେରୀ ଜିଲ୍ଲାର ଟିକୁନିଆ ଅଞ୍ଚଳରେ ଘଟିଥିବା ହିଂସାରେ ଚାରି ଜଣ କୃଷକଙ୍କ ସମେତ ଆଠ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ମାମଲାରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କ ସମେତ ଅନେକ ଲୋକଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଆଶିଷଙ୍କୁ ଶନିବାର ଗିରଫ କରାଯାଇଥିଲା। ଏ ପର୍ଯ୍ୟନ୍ତ ଏହି ମାମଲାରେ ପୋଲିସ ଚାରି ଜଣଙ୍କୁ ଗିରଫ କରାଯାଇଛି ।

Comments are closed.