ରାଜ୍ୟରେ କୋରୋନା ନେଲା ଆଉ ୧୩ ଜଣଙ୍କ ଜୀବନ, ମୃତ୍ୟୁସଂଖ୍ୟା ୪୪୧ | News Room Odisha

ରାଜ୍ୟରେ କୋରୋନା ନେଲା ଆଉ ୧୩ ଜଣଙ୍କ ଜୀବନ, ମୃତ୍ୟୁସଂଖ୍ୟା ୪୪୧

ଭୁବନେଶ୍ୱର : ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟାରେ ଆଉ ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ ଓ ସମ୍ବଲପୁର ଜିଲ୍ଲାରୁ ସବା ର୍ଧିକ ୩ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ଗଂଜାମରୁ ୨ ଓ କଟକରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦୁଝର, ଖୋର୍ଧା ଓ ପୁରୀରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

COVID-19