ରାଜ୍ୟରେ ୨୪ ଘଂଟାରେ ୪୦୯ ନୂଆ କୋରୋନା ରୋଗୀ ଚିହ୍ନଟ, ସୁନ୍ଦରଗଡରୁ ସର୍ବାଧିକ ୫୩

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୯ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୩୪ ଓ ସ୍ଥାନୀୟ ଅଂଚଳରୁ ୧୭୫ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫୩, ଖୋର୍ଦ୍ଧାରୁ ୪୪, ଅନୁଗୁଳରୁ ୩୫, କଟକରୁ ୩୪, ବଲାଙ୍ଗିରରୁ ୩୨, ମୟୂରଭଞ୍ଜରୁ ୨୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୪ ଓ ଗଞ୍ଜାମ ଜିଲ୍ଲାରୁ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୮୦୩କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୧୪ ହଜାର ୬୬୫ ଜଣ ସୁସ୍ଥ ହୋଇସାରିଲେଣି । ୪ ହଜାର ୩୨୦ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.