ରାଜ୍ୟରେ ଦିନକରେ ୩୭୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୭୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୧୪ ଓ ସ୍ଥାନୀୟ ଅଂଚଳରୁ ୧୫୮ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫୦, ସୁନ୍ଦରଗଡ ଜିଲ୍ଲାରୁ ୪୭, ଖୋର୍ଦ୍ଧାରୁ ୩୮, ପୁରୀରୁ ୨୮, କଟକରୁ ୨୬, ମୟୂରଭଞ୍ଜରୁ ୨୪, ସମ୍ବଲପୁରରୁ ୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ଏ ଯାଏଁ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୨୧ ହଜାର ୩୦୯ ସୁସ୍ଥ ହୋଇସାରିଲେଣି । ୩ ହଜାର ୩୫ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.