ରାଜ୍ୟରେ ଆଉ ୩୬୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୬୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୮ ଓ ସ୍ଥାନୀୟ ଅଂଚଳରୁ ୧୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୫୦ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରୁ ୩୫, ପୁରୀରୁ ୨୭, ଅନୁଗୁଳରୁ ୨୩, କଟକରୁ ୨୨, ବାଲେଶ୍ୱରରୁ ୨୦ ଓ ମୟୂୂରଭଞ୍ଜରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୨୧ ହଜାର ୬୪୭ ସୁସ୍ଥ ହୋଇଛନ୍ତି । ୩ ହଜାର ୫୭ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.