ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ, ୨୩ ତାରିଖ ରାତିରୁ ବର୍ଷା | News Room Odisha

ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ, ୨୩ ତାରିଖ ରାତିରୁ ବର୍ଷା

ଭୁବନେଶ୍ୱର- ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବା ସମ୍ଭାବନା ନଥିଲେ ମଧ୍ୟ ୨୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର ବିଶ୍ୱାସ ସୂଚନା ଦେଇଛନ୍ତି । ସେ କହିଛନ୍ତି ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ । ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ୨୫ ତାରିଖ ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ,ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ସେହିଭଳି ୨୬ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।