କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଆଉ ୪ ପ୍ରତିଶତ ବଢ଼ିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ୨୦୨୩ ଠାରୁ ଲାଗୁ ହେବ।

Comments are closed.