ହିମାଚଳରେ ପ୍ରକୃତିର ତାଣ୍ଡବ, ଭୂସ୍ଖଳନ ଓ ବନ୍ୟା ଜନିତ ମୃତ୍ୟୁ ସଂଖ୍ୟା ୭୧କୁ ବୃଦ୍ଧି | News Room Odisha

ହିମାଚଳରେ ପ୍ରକୃତିର ତାଣ୍ଡବ, ଭୂସ୍ଖଳନ ଓ ବନ୍ୟା ଜନିତ ମୃତ୍ୟୁ ସଂଖ୍ୟା ୭୧କୁ ବୃଦ୍ଧି

ସିମଲା: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ଓ ବନ୍ୟାରେ ଏଯାବତ୍ ଅତି କମରେ ୭୧ ଜଣଙ୍କର ମୃତ୍ୟୁ ହୋଇଛି।

ତିନି ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ତଳିଆ ଅଞ୍ଚଳ ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଥିବାବେଳେ ପାହାଡ଼ିଆ ଅଞ୍ଚଳ ଗୁଡ଼ିକରେ ଭୂସ୍ଖଳନ ଭଳି ଘଟଣା ଘଟିଛି ।
ଏପର୍ଯ୍ୟନ୍ତ ୧୩ ଜଣ ନିଖୋଜ ଅଛନ୍ତି ।

ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ କହିଛନ୍ତି ଯେ ଭିତ୍ତିଭୂମି ପୁନଃ ନିର୍ମାଣ କାର୍ଯ୍ୟ ‘ପର୍ବତ ଭଳି ବଡ଼ ଚ୍ୟାଲେଞ୍ଜ’ ହେବ।

ପ୍ରାକୃତିକ ବିପର୍ଯ୍ୟୟ ଦୃଷ୍ଟିରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ ରହିଛି। ଭୂସ୍ଖଳନ ଓ ବନ୍ୟାରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି ବୋଲି ଅଧିକାରୀମାନେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସୁଖୁ ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଭାବିତ ଲୋକଙ୍କୁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ, ଚିକିତ୍ସା ସୁବିଧା ଏବଂ ଆଣ୍ଟି ଭେନମ୍ ଔଷଧ ଯୋଗାଇବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।