ଉପନିର୍ବାଚନ : ନଭେମ୍ବର ୩ ତାରିଖରେ ତିର୍ତୋଲ ଓ ବାଲେଶ୍ୱର ସଦର ବିଧାନସଭା ଆସନରେ ମତଦାନ, ନଭେମ୍ବର ୧୦ରେ ଭୋଟ୍ ଗଣତି

ନୂଆଦିଲ୍ଲୀ – ବିଭିନ୍ନ ରାଜ୍ୟରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ନଭେମ୍ବର ୩ ତାରିଖରେ ରାଜ୍ୟର ତିର୍ତୋଲ ଓ ବାଲେଶ୍ୱର ସଦର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ହେବ । ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।

ଆସନ୍ତାମାସ ୯ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୬ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ । ୧୯ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ।

Comments are closed.