ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଇଡିର ନବମ ସମନ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୂଆ ସମନ ଜାରି କରିଛି । କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ପଚରାଉଚରା ପାଇଁ ହାଜର ହେବାକୁ କହିଛି ଇଡି । ଏହି ମାମଲାରେ କେଜ୍ରିୱାଲଙ୍କୁ ଇଡିର ଏହା ନବମ ସମନ ।

ପୂର୍ବରୁ ୮ ଥର ସମନ ସତ୍ତ୍ୱେ କେଜ୍ରିୱାଲ ଇଡିରେ ଥରେ ମଧ୍ୟ ହାଜର ହୋଇନଥିଲେ । ଇଡି ସମନକୁ ବେଆଇନ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଇଡି ସମନ ଟାଳିବା ମାମଲାରେ ଦିଲ୍ଲୀର ଏକ କୋର୍ଟ ଶନିବାର କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିଲେ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ଦୁଇ ଦିନ ତଳେ ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ ତଥା ବିଆରଏସ ନେତ୍ରୀ କେ.କବିତାଙ୍କୁ ଗିରଫ କରିଥିଲା।

Comments are closed.