ଅର୍ଚ୍ଚନା ନାଗ ମାମଲାରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ

ଭୁବନେଶ୍ୱର- ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପ୍ରଥମ ପର୍ଯ୍ୟାୟରେ ୨୨୪୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଚାର୍ଜସିଟରେ ଅଭିଯୁକ୍ତ ଭାବେ ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ୱର ପାତ୍ର, ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁ ରହିଛି । ଚାର୍ଜସିଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଉଲ୍ଲେଖ କରିଛି ଯେ ଅର୍ଚ୍ଚନା ନାଗ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ । ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ମନି ଲଣ୍ଟ୍ରିଂର ବ୍ୟାପକ ପ୍ରମାଣ ମିଳିଥିବା ଚାର୍ଜସିଟରେ ଉଲ୍ଲେଖ କରାଯାଇଛି।

୩ ଜଣଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କାର କାରବାର ହୋଇଛି । ଅର୍ଚ୍ଚନାଙ୍କ ମାୟାଜାଲରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ପଡ଼ିଛନ୍ତି । ଫିଲ୍ମ ପ୍ରଯୋଜକଙ୍କ ଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲର ଶିକାର ହୋଇଥିବା ଚାର୍ଜସିଟରେ ଦର୍ଶାଯାଇଛି ।

Comments are closed.