News Room Odisha
BREAKING
Odisha

କୋଭିଡ ମୁକାବିଲା – ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଓ ଫୋକସ୍‌ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ରାଜ୍ୟରେ କୋଭିଡ ହସ୍‌ପିଟାଲରେ ଶଯ୍ୟା, ଆମ୍ବୁଲାନ୍‌ସ ଓ ଆଇ.ସି.ୟୁ ଶଯ୍ୟା ବୃଦ୍ଧି କରାଯିବ ଭୂବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ରୀେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ରୀତା ପରାମର୍ଶ ଦେଇଥିଲେ। ଏହାସହିତ କୋଭିଡ ଯୁଦ୍ଧରେ ଆଗରେ [...]

Admin•July 14, 2020
Share Article:

ରାଜ୍ୟରେ କୋଭିଡ ହସ୍‌ପିଟାଲରେ ଶଯ୍ୟା, ଆମ୍ବୁଲାନ୍‌ସ ଓ ଆଇ.ସି.ୟୁ ଶଯ୍ୟା ବୃଦ୍ଧି କରାଯିବ

ଭୂବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ରୀେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ରୀତା ପରାମର୍ଶ ଦେଇଥିଲେ। ଏହାସହିତ କୋଭିଡ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧା ମାନଙ୍କର ମନୋବଳକୁ ଉଚ୍ଚା ରଖିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲ୍ଲାର କୋଭିଡ ଯୋଦ୍ଧା ମାନଙ୍କ ସହିତ କଥାବର୍ତ୍ତା କରୁଛନ୍ତି।

ଏହି ଅବସରରେ ପରୀକ୍ଷା ପାଇଁ ଅଧିକ ଲାବୋରେଟୋରୀ ଟେକନିସିଆନ ଓ ଅଧିକ ଆମ୍ବୁଲାନ୍‌ସ ମୁତୟନ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସେହିପରି ମୃତ୍ୟୁବରଣ କରୁଥିବା କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବରେ ସତ୍କାର କରାଯିବା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଅନ୍ୟାନ୍ୟ ବିଷୟ ମାନଙ୍କ ଉପରେ କୋଭିଡ ଯୋଦ୍ଧା ମାନଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା, ଏହି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବାଆସିବା ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ଏହିସବୁ ଜିଲ୍ଲା ଉପରେ ଅଧିକ ଫୋକସ୍‌ କରାଯାଇ ପଦକ୍ଷେପ ନିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍‌ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ରୀ େ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡାକଡି ପାଳନ କରାଯାଉଛି। ଗଞ୍ଜାମ ଜିଲ୍ଲାରେ ଥିବା ଆହ୍ବାନର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭୦୦୦ ପରୀକ୍ଷଣ କରାଯାଉଥିବା ବେଳେ ଆଗାମୀ ଏକ ସପ୍ତାହ ମଧ୍ୟରେ ଏହାକୁ ୯୦୦୦କୁ ବୃଦ୍ଧି କରାଯିବ। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ, ସେଥିପାଇଁ ଅଧିକ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ । ରାଜ୍ୟରେ ବିଶେଷତଃ କଟକ, ଭୁବନେଶ୍ବର ଓ ଗଞ୍ଜାମରେ ଥିବା କୋଭିଡ ଚିକିତ୍ସାଳୟରେ ଶଯ୍ୟା ଓ ଆଇ.ସି.ୟୁ ର କୌଣସି ଅଭାବ ନାହିଁ ବୋଲି ସେ ସ୍ପଷ୍ଟ କରିଦେଇଥିଲେ।

ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହିସବୁ ସହର ମାନଙ୍କରେ ଆହୁରି ୨୦୦ ଆଇ.ସି.ୟୁ ବେଡ ସହିତ ଶଯ୍ୟା ସଂଖ୍ୟା ଆଗାମୀ ୭ ଦିନ ମଧ୍ୟରେ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଇଛି। ପୁରୀ ସହରରେ ସେରୋ ନିରୀକ୍ଷଣ ବା ସେରୋ ସର୍ଭିଲାନ୍ସ ସଂପୂର୍ଣ୍ଣ ହୋଇଥିବା ବେଳେ ଭୂବନେଶ୍ବରରେ ଗୋଷ୍ଠୀ ସେରୋ ନିରୀକ୍ଷଣ ବା ସେରୋ ସର୍ଭିଲାନ୍ସ ସଂପୂର୍ଣ୍ଣ ହୋଇଛି । ତା ସହିତ ଅତି ବିପଦ ସଙ୍କୁଳଲୋକଙ୍କ ସେରୋ ନିରୀକ୍ଷଣ ବା ସେରୋ ସର୍ଭିଲାନ୍ସ ଜାରି ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସର୍ବଭାରତୀୟ ସ୍ତରରେ ସୁସ୍ଥତା ହାର ୬୩ ପ୍ରତିଶତ ଥିବାବେଳେ ଓଡିଶାରେ ଏହା ୬୪.୮୮ ପ୍ରତିଶତ ପହଞ୍ଚିଛି । ମୃତ୍ୟୁ ହାର ସର୍ବାଭାରତୀୟ ସ୍ତରରେ ୨.୬ ଥିବାବେଳେ, ଓଡିଶାରେ ଏହା ୦.୫ ପ୍ରତିଶତରେ ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ଯୁବ ବର୍ଗଙ୍କ ସଂଖ୍ୟା ୬୬ ପ୍ରତିଶତ ବୋଲି ଜଣାଯାଇଛି।

ଆସନ୍ତାକାଲି ଠାରୁ ରାଜ୍ୟରେ ପ୍ଲାଜମା ଥେରାପୀ ଭୁବନେଶ୍ବରର ସମ୍‌, କିମ୍‌ସ ଓ କଟକର ଅଶ୍ବିନୀ ହସ୍‌ପିଟାଲରେ ଆରମ୍ଭ କରାଯିବ। କଟକ ବଡ ମେଡିକାଲ ରେ ପ୍ଲାଜମା ଥେରାପୀର ନୋଡାଲ ସେଣ୍ଟର ଭାବରେ କାମ କରିବ ବୋଲି ସୂଚନା ଦିଆଯାଇଥିଲା ।

ରାଜ୍ୟର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା କୋଭିଡ କେୟାର ହୋମ୍‌ ଏବଂ ପୁଞ୍ଜ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର (Cluster TMC) ସଂପର୍କରେ ସୂଚନା ଦେଇ ପଞ୍ଚାୟତରାଜ ପ୍ରମୁଖ ସଚିବ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ୬୧,୪୧୦ ଶଯ୍ୟା ବିଶିଷ୍ଟ ୬୧୨୮ଟି କୋଭିଡ କେୟାର ହୋମ ଖୋଲାଯାଇଥିବା ବେଳେ ସେଥିରେ ମାତ୍ର ୪୨୬ ଜଣ ରହିଛନ୍ତି। ସେହିପରି 47919 ଶଯ୍ୟା ବିଷିଷ୍ଟ ୧୧୮୩ ପୁଞ୍ଜ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର (Cluster TMC) ଖୋଲାଯାଇଥିବା ବେଳେ ସେଗୁଡିକରେ ୧୮୧୫୩ ଜଣ ରହିଛନ୍ତି। ବିଭିନ୍ନ ସହରାଞ୍ଚଳରେ ୬୨୦୦ ଶଯ୍ୟା ବିଶିଷ୍ଟ ୧୭୫ଟି କୋଭିଡ କେୟାର ସେଣ୍ଟର ଖୋଲା ଯାଇଥିବା ବେଳେ ସେଥିରେ ବର୍ତ୍ତମାନ ୪୧ ଜଣ ଚିକିତ୍ସିତ ହେଉଛନ୍ତି। ସହରାଞ୍ଚଳରେ ୬୦ ହଜାର ଶଯ୍ୟା ବିଶିଷ୍ଟ ୮୧୪ଟି TMCରେ ୩୯୪୫ ଜଣ ରହିଛନ୍ତି ବୋଲି ଜଣାପଡିଛି ।

ଗ୍ରାମ କଲ୍ୟାଣ ସମିତି ସ୍ତରରେ ସରପଞ୍ଚ, ଆଶାକର୍ମୀ ଓ ଅଙ୍ଗନବାଡୀ କର୍ମଚାରୀଙ୍କୁ ମିଶାଇ ୫ ଲକ୍ଷରୁ ଅଧିକ କୋଭିଡ ଯୋଦ୍ଧାଙ୍କୁ ଇତି ମଧ୍ୟରେ ତାଲିମ ପ୍ରଦାନ କରାଯାଇଛି। ଏହାସହିତ ଅଣ-କୋଭିଡ ହସ୍‌ପିଟାଲରେ କାର୍ଯ୍ୟ କରିଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ମଧ୍ୟ ସୁରକ୍ଷା ତାଲିମ ଦିଆଯାଉଛି । ସେହିପରି ପୂର୍ବରୁ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର (TMC) ରେ ରହିଥିବା ୩.୨ ଲକ୍ଷ ପ୍ରବାସୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ଏବଂ ସେମାନେ କୋଭିଡ ସ୍ବେଛାସେବୀ ଭାବରେ କାର୍ଯ୍ୟ କରିପାରିବେ।

ରାଜ୍ୟ ସରକାରଙ୍କର ନିଷ୍ପତ୍ତିକ୍ରମେ ସ୍ବଳ୍ପ ଲକ୍ଷଣଯୁକ୍ତ ରୋଗୀ ମାନଙ୍କୁ ଏଣିକି ଘରେ ରହି ଚିକିତ୍ସା ପାଇଁ ଅନୁମତି ଦିଆଯିବ। ତା ସହିତ ବିଭିନ୍ନ କର୍ପୋରେଟ ସଂସ୍ଥା ଗୁଡିକୁ ମଧ୍ୟ କୋଭିଡ କେୟାର ସେଣ୍ଟର ବା Covid Care Centre ଖୋଲିବାକୁ ମଧ୍ୟ ଅନୁମତି ଦିଆଯିବ। ତେଣୁ ଏଗୁଡିକର ପରିଚାଳନାକୁ ଉପଯୁକ୍ତ ଭାବରେ ତଦାରଖ କରିବା ସହିତ ସେଗୁଡିକ ମଧ୍ୟ ମୋ ସରକାର ଅଧୀନରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ କହିଥିଲେ କୋଭିଡ ନିୟମାବଳୀର ଅନୁପାଳନକୁ କଡାକଡି କରାଯାଇଛି। ଉଲଂଘନ ପାଇଁ ସାରା ରାଜ୍ୟରେ ୬୯୧୯ଟି ମାମଲା ରୁଜୁ କରାଯାଇଛି ଏବଂ ମାସ୍କ ଉଲଂଘନ ପାଇଁ ୪.୫ କୋଟି ଟଙ୍କା ଏବଂ ସାମାଜିକ ଦୂରତ୍ବ ଉଲଂଘନ ପାଇଁ ୬୩ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଏହାଛଡା ଅନ୍ୟାନ୍ୟ ଉଲଂଘନ ପାଇଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ସେ କହିଥିଲେ।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଭିନ୍ନ ଜିଲ୍ଲାର କୋଭିଡ Observer ମାନଙ୍କ ସହିତ ସେମାନଙ୍କ ଜିଲ୍ଲାରେ କୋଭିଡ ସ୍ଥିତି, ଚିକିତ୍ସା ସୁବିଧା, ପରୀକ୍ଷଣ ଓ ଗୋଷ୍ଠୀ ସମନ୍ବୟ ସଂପର୍କରେ ପଚାରି ବୁଝିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ ପର୍ଯ୍ୟବେକ୍ଷକ ମାନେ ଯୋଗ ଦେଇଥିଲେ।

 

#Odisha#Featured#COVID-19#Odisha CM Naveen Patnaik
Share Article:

Related Articles

Newsroom•Sep 22, 2026
Odisha Govt Transfers 4 IPS Officers