ଖାଇକୁ ଖସିଲା କ୍ୟାବ୍, ୧୦ ମୃତ
ଶ୍ରୀନଗର: ଜମ୍ମୁରୁ ଶ୍ରୀନଗର ଯାଉଥିବା ଏକ ଯାତ୍ରୀବାହୀ କ୍ୟାବ (ଏସୟୁଭି) ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥର ରାମବନ୍ ଜିଲ୍ଲା ନିକଟରେ ଏକ ଗଭୀର ଖାଇକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି | ପୋଲିସ, ଏସଡିଆରଏଫ ଓ କ୍ଯୁଆରଟି ରାମବନ ନିକଟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅଧିକାରୀଙ୍କ କହିବା ମୁତାବକ, ଶ୍ରୀନଗରରୁ ଜମ୍ମୁକୁ ଯାଉଥିବା ଏହି ଗାଡ଼ି ରାତି ପ୍ରାୟ ୧.୧୫ ସମୟରେ ରାମବନ ଜିଲ୍ଲାର ବ୍ୟାଟେରୀ ଚଶମା [...]
ଶ୍ରୀନଗର: ଜମ୍ମୁରୁ ଶ୍ରୀନଗର ଯାଉଥିବା ଏକ ଯାତ୍ରୀବାହୀ କ୍ୟାବ (ଏସୟୁଭି) ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥର ରାମବନ୍ ଜିଲ୍ଲା ନିକଟରେ ଏକ ଗଭୀର ଖାଇକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି | ପୋଲିସ, ଏସଡିଆରଏଫ ଓ କ୍ଯୁଆରଟି ରାମବନ ନିକଟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅଧିକାରୀଙ୍କ କହିବା ମୁତାବକ, ଶ୍ରୀନଗରରୁ ଜମ୍ମୁକୁ ଯାଉଥିବା ଏହି ଗାଡ଼ି ରାତି ପ୍ରାୟ ୧.୧୫ ସମୟରେ ରାମବନ ଜିଲ୍ଲାର ବ୍ୟାଟେରୀ ଚଶମା ଅଞ୍ଚଳରେ ୩୦୦ ଫୁଟ ଗଭୀର ଖାଇକୁ ଖସି ପଡ଼ିଥିଲା।
ଆଜି ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା, କଂଗ୍ରେସର ତାଲିକା ବିଳମ୍ବିତ
Next Articleରାଜ୍ୟରେ ତାପମାତ୍ରା ଆହୁରି ବଢିବା ସମ୍ଭାବନା, ଆଜି ଅନେକ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
