News Room Odisha
BREAKING
Odia

ନିର୍ବାଚନ ପୂର୍ବରୁ ଶେଷ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ, ମହାନଦୀରେ ନିର୍ମାଣ ହେବ ଆଉ ଏକ ଉଚ୍ଚ ସେତୁ

ଭୁବନେଶ୍ୱର – ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଆଜି ଅପରାହ୍ନରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା ପୂର୍ବରୁ ରାଜ୍ୟ ସରକାରଙ୍କ ଶେଷ କ୍ୟାବିନେଟ ବୈଠକ ବସିଛି । ମହାନଦୀରେ ଆଉ ଏକ ଉଚ୍ଚ ସେତୁ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ। ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ନିର୍ମାଣ ହେବ ସେତୁ । [...]

Admin•March 16, 2024
Share Article:

ଭୁବନେଶ୍ୱର – ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଆଜି ଅପରାହ୍ନରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା ପୂର୍ବରୁ ରାଜ୍ୟ ସରକାରଙ୍କ ଶେଷ କ୍ୟାବିନେଟ ବୈଠକ ବସିଛି ।

ମହାନଦୀରେ ଆଉ ଏକ ଉଚ୍ଚ ସେତୁ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ। ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ନିର୍ମାଣ ହେବ ସେତୁ । ଏଥିପାଇଁ ୧୨୮ କୋଟି ଖର୍ଚ୍ଚ ହେବ, ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ । ସେତୁ ନିର୍ମାଣ ହେଲେ କଟକରୁ ପାରାଦୀପ ଓ କଟକରୁ ଚାନ୍ଦବାଲିକୁ ଯାତାୟତ ସହଜ ହେବ ।

ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଯାଦବ ଭବନ ନିର୍ମାଣ ପ୍ର‌ସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏଥିସହ ଉତ୍କଳ ଯାଦବ ମହାସଭାର ୫ କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ କରାଯାଇଛି।

କ୍ୟାବିନେଟ ବୈଠକରେ ନିଆଯାଇଥିବା ଅନ୍ୟ ନିଷ୍ପତ୍ତି ଗୁଡିକ ମଧ୍ୟରେ ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧି ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। କଟକ ଚାଉଳିଆଗଞ୍ଜରେ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଅଢେଇ ଏକର ଜମି ବିନା ପ୍ରିମିୟମରେ ପ୍ରଦାନ କରାଯିବ। ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି।

#Odia#Odisha#News
Share Article:

Related Articles