News Room Odisha
BREAKING
Odia

ଡକ୍ଟର ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ

ଭୁବନେଶ୍ବର : ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡକ୍ଟର ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବାସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି [...]

Admin•February 5, 2024
Share Article:

ଭୁବନେଶ୍ବର : ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡକ୍ଟର ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବାସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣେ ଦୂରଦର୍ଶୀ ନେତା ଓ ସମର୍ପିତ ସମାଜ ସଂସ୍କାରକ ଥିଲେ । ସମାଜ ର ଦଳିତ ନିଷ୍ପେଶିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ । ଏକ ନ୍ୟାୟ ପୂର୍ଣ୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି । ଦେଶ ଗଠନରେ ତାଙ୍କର ମହାଳ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ । ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶ କୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ । ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବାସାହେବଙ୍କ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ଯ ଏଠାରେ ପ୍ରଦର୍ଶିତ ହେବ ।

୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ ।ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ।

#Odia#Odisha#News
Share Article:

Related Articles