ଗରିବ ଲୋକଙ୍କ ମୁହଁରେ ହସ ମୋତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ: ନବୀନ
ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ବେରବୋଇରେ ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ କରାଯିବ, ମଡେଲ ସ୍କୁଲ ସ୍ଥାପନ ହେବ ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ [...]
ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ବେରବୋଇରେ ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ କରାଯିବ, ମଡେଲ ସ୍କୁଲ ସ୍ଥାପନ ହେବ
ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଅରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହ ଆଲୋଚନା କରିବା ଅବସରରେ ଏହା କହିଛନ୍ତି । ଏହି ଅବସରରେ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍ କରିଆସିଛନ୍ତି । ମହିଳା ଓ ଚାଷୀ ଭାଇଙ୍କ କଲ୍ୟାଣ ଉପରେ ଫୋକସ୍ କରିଆସିଛନ୍ତି । ଗରିବ ଲୋକଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ ବୋଲି ସେ କହିଥିଲେ ।
କରୋନା ଲକ୍ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା’ମାନେ ବହୁତ ଭଲ କାମ କରିଛନ୍ତି। ଆମର ଚାଷୀ ଭାଇମାନେ ମଧ୍ୟ ଲକ୍ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଞ୍ଚି ରହିଛି ବୋଲି ସେ ପ୍ରକାଶ କରିଥିଲେ ।
ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଃଖର କଥା, ଆପଣଙ୍କର ପ୍ରିୟ ବିଧାୟକ ପ୍ରଦୀପ ବାବୁ ଆଜି ଆମ ଭିତରେ ନାହାନ୍ତି । ଗତ ୩୦ ବର୍ଷରୁ ଅଧିକ ସମୟ ଧରି ପିପିଲି-ଡେଲାଙ୍ଗର ବିକାଶ ସହ ସେ ଯୋଡି ହୋଇ ରହିଥିଲେ । ଆପଣମାନଙ୍କ ଭଲମନ୍ଦ, ସୁଖଦୁଃଖ ସବୁଥିରେ ସେ ଆପଣମାନଙ୍କ ସାଥିରେ ରହିଥିଲେ । ପିପିଲି-ଡେଲାଙ୍ଗର ବିକାଶ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଏହି ଅବସରରେ ପ୍ରଦୀପ ମହାରଥୀଙ୍କ ସ୍ମୃତି ପ୍ରତି ସେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଉପରେ ସମସ୍ତଙ୍କର ଅଧିକାର ରହିଛି । ବିଶେଷକରି ଗରିବ ଲୋକମାନଙ୍କର ବିକାଶ ଉପରେ ପ୍ରଥମ ଅଧିକାର ରହିଛି । ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ତାର ହକ୍ ଦେବା ପାଇଁ ସେ କାମ କରୁଛନ୍ତି ଓ କରିଚାଲିବେ ବୋଲି କହିଥିଲେ ।
ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସମଗ୍ର ପୁରୀ ଜିଲ୍ଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।
ଏହି ଅବସରରେ ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା । ପିପିଲିଠାରେ ଆୟୋଜିତ ସଭାରେ ଉଦ୍ବୋଧନ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପିପିଲି ସମେତ ସମଗ୍ର ପୁରୀ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଡେଲାଙ୍ଗଠାରେ ଆୟୋଜିତ ସମାବେଶରେ ଯୋଗଦେଇ କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ପୁରୀ ଜିଲ୍ଲାର ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି କହିଥିଲେ । ଶ୍ରୀମନ୍ଦିରର ବିକାଶ ପୁରୀ ଜିଲ୍ଲା ପାଇଁ ଆହୁରି ଅଧିକ ପର୍ଯ୍ୟଟକ ଆକୃଷ୍ଟ କରିବ ବୋଲି ସେ କହିଥିଲେ ।
ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା । ପିପିଲି ବଡକଣ୍ଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପ କେଶରୀ ଦେବ, ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।
Chief Minister Inaugurates Development Projects Worth Rs 70 Crore in Piplii
Next ArticleCovid-19 Update: 77 Patients Recover in Odisha
Related Articles
Odisha Govt Transfers 4 IPS Officers
Bhubaneswar: The Odisha government on Tuesday transferred four IPS officers across the state. According to an official notification issued by the Home Department, Dr. Saravana Vivek M., currently SP of Brahmapur, has been posted as Deputy Commissioner of Police (DCP), Bhubaneswar. He will take charge against Jagmohan Meena, who is to be relieved. Abhinav Sonkar, [...]
Odisha Final Electoral Roll Published With 3.16 Crore Electors
Bhubaneswar: Odisha’s electoral roll revision process has concluded with the publication of the Final Electoral Roll 2026 on Monday, recording 3,16,32,754 electors across the state, the Chief Electoral Officer’s (CEO) office said. The revision was carried out with July 1, 2026, as the qualifying date. The draft electoral roll, published on July 5, had listed [...]
Ganjam Steps Up Preparedness as Deep Depression Threatens Heavy Rainfall; Red Warning for Sept 23-24
Ganjam Steps Up Preparedness as Deep Depression Threatens Heavy Rainfall; Red Warning for Sept 23-24
Chatrapur: The Ganjam district administration has intensified its preparedness measures as a deep depression over the Bay of Bengal is likely to move close to the district, bringing the possibility of heavy rainfall and strong winds. An Orange Warning is currently in force, while a Red Warning has been issued for September 23 and 24. [...]
