ଯାଜପୁର ବସ୍ ଦୁର୍ଘଟଣାରେ ୫ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଯାଜପୁର – ଯାଜପୁରରେ ବସ୍ ଦୁର୍ଘଟଣା । ଜାତୀୟ ରାଜପଥର କୁଆଖିଆ ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ୍ ଭାରସାମ୍ୟ ହରାଇ ଫ୍ଲାଇ ଓଭରରୁ ତଳକୁ ଖସି ପଡିବା ଯୋଗୁଁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଛନ୍ତି। ୧୫ ଜଣ ଗୁରୁତର ଆହତଙ୍କୁ ଏସସିବି ନିଆଯାଇଛି। ବସଟି କୋଲକାତାରୁ ଭୁବନେଶ୍ୱର ଯାଉଥିଲା । ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ପ୍ରାଣ ହରାଇବା ଖବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ [...]
ଯାଜପୁର – ଯାଜପୁରରେ ବସ୍ ଦୁର୍ଘଟଣା । ଜାତୀୟ ରାଜପଥର କୁଆଖିଆ ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ୍ ଭାରସାମ୍ୟ ହରାଇ ଫ୍ଲାଇ ଓଭରରୁ ତଳକୁ ଖସି ପଡିବା ଯୋଗୁଁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଛନ୍ତି। ୧୫ ଜଣ ଗୁରୁତର ଆହତଙ୍କୁ ଏସସିବି ନିଆଯାଇଛି। ବସଟି କୋଲକାତାରୁ ଭୁବନେଶ୍ୱର ଯାଉଥିଲା ।
ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ପ୍ରାଣ ହରାଇବା ଖବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଆଇପିଏଲରେ ପୁଣି ହାଇଦ୍ରାବାଦର ରେକର୍ଡ ସ୍କୋର, ଆରସିବି ବିପକ୍ଷରେ କଲା ୨୮୭ ରନ୍
Next ArticleCM Grieves Death of 5 People in Jajpur Road Accident; Announces Rs 3 Lakh Ex-gratia
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
