ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି। ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ [...]
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।
ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।
ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।
ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।
BJD Strengthens Women’s Wing with Fresh Appointments
Next ArticleOdisha Assembly Speaker Convenes All-party Meet ahead of Budget Session
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
