ଲୋକସଭା ନିର୍ବାଚନ ପୂର୍ବରୁ କମଲନାଥଙ୍କ ଗଡ଼ରେ କଂଗ୍ରେସକୁ ଝଟକା, ୭ କର୍ପୋରେଟର ବିଜେପିରେ ମିଶିଲେ
ଭୋପାଳ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତା କମଲ ନାଥଙ୍କ ଗଡ଼ ଛିନ୍ଦଓ୍ବାଡାରେ ଦଳକୁ ଝଟକା ଲାଗିଛି । ଛିଣ୍ଡୱାଡା ମହାନଗର ନିଗମର ୭ ଜଣ କର୍ପୋରେଟର କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ପକ୍ଷରୁ ଜାରି ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି, ଏହି ସବୁ କର୍ପୋରେଟର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶ କାର୍ଯ୍ୟରେ ପ୍ରଭାବିତ ହୋଇଛନ୍ତି। ଛିନ୍ଦଓ୍ବାଡା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଗଡ଼ ରୂପେ ବିବେଚିତ। ସେ ଏହି ବିଧାନସଭା ଆସନରୁ ବିଧାୟକ ଅଛନ୍ତି। [...]
ଭୋପାଳ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତା କମଲ ନାଥଙ୍କ ଗଡ଼ ଛିନ୍ଦଓ୍ବାଡାରେ ଦଳକୁ ଝଟକା ଲାଗିଛି । ଛିଣ୍ଡୱାଡା ମହାନଗର ନିଗମର ୭ ଜଣ କର୍ପୋରେଟର କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି।
ବିଜେପି ପକ୍ଷରୁ ଜାରି ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି, ଏହି ସବୁ କର୍ପୋରେଟର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶ କାର୍ଯ୍ୟରେ ପ୍ରଭାବିତ ହୋଇଛନ୍ତି।
ଛିନ୍ଦଓ୍ବାଡା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଗଡ଼ ରୂପେ ବିବେଚିତ। ସେ ଏହି ବିଧାନସଭା ଆସନରୁ ବିଧାୟକ ଅଛନ୍ତି।
ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ’ ଯାତ୍ରା ରାଜ୍ୟ ଦେଇ ଯାଉଥିବା ବେଳେ ଦଳର ୭ କର୍ପୋରେଟର ଦଳ ଛାଡ଼ିବା କଂଗ୍ରେସ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଛି ।
ମଧ୍ୟପ୍ରଦେଶରେ ୨୯ଟି ଲୋକସଭା ଆସନ ମଧ୍ୟରୁ ୨୦୧୯ରେ ବିଜେପି ୨୮ଟି ଆସନ ଜିତିଥିଲା । କଂଗ୍ରେସ କେବଳ ଛିନ୍ଦଓ୍ବାଡା ଆସନ ଜିତିବାରେ ସକ୍ଷମ ହୋଇଥିଲା। କମଲନାଥଙ୍କ ପୁଅ ନକୁଲ ନାଥ ଏଠାରୁ ସାଂସଦ ଅଛନ୍ତି।
ନିକଟରେ କମଲ ନାଥଙ୍କ ବିଜେପିରେ ମିଶିବା ନେଇ ଗୁଜବ ପ୍ରଚାରିତ ହୋଇଥିଲା। ସେତେବେଳେ କମଲ ନାଥ ଏପରି ଗୁଜବକୁ ଖଣ୍ଡନ କରିନଥିଲେ । ବିଜେପିରେ ଯୋଗଦେବା ଖବର ସତ ନୁହେଁ ବୋଲି ସେ କହିଥିଲେ । ପରେ ଏଭଳି ଖବର ପାଇଁ ଗଣମାଧ୍ୟମକୁ ଦାୟୀ କରିଥିଲେ କମଲ ନାଥ ।
ସନ୍ଦେଶଖାଲି ମାମଲା: ଶାହାଜାହାନ ଶେଖଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ପୁଣି ହାଇକୋର୍ଟଙ୍କ ନିର୍ଦ୍ଦେଶ
Next Articleବେଙ୍ଗାଲୁରୁ କାଫେ ବିସ୍ଫୋରଣ: ଅଭିଯୁକ୍ତ ସମ୍ପର୍କରେ ସୂଚନା ପାଇଁ ୧୦ ଲକ୍ଷ ପୁରସ୍କାର ଘୋଷଣା କଲା ଏନ୍ଆଇଏ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
