କେଜ୍ରିୱାଲଙ୍କୁ ମଦ ଦୁର୍ନୀତି ମାମଲାର ମୁଖ୍ୟ ‘ଷଡଯନ୍ତ୍ରକାରୀ’ କହିଲା ଇଡି
ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମୁଖ୍ୟ ‘ଷଡଯନ୍ତ୍ରକାରୀ’ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦାବି କରିଛି। କେନ୍ଦ୍ରୀୟ ଏଜେନ୍ସି କେଜ୍ରିୱାଲଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ଆବେଦନ କରିଛି। କେଜ୍ରିୱାଲଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଇଡି ସ୍ପେଶାଲ୍ ଜଜ୍ କାଭେରୀ ବାୱେଜାଙ୍କୁ କହିଛି ଯେ ଦିଲ୍ଲୀ ଅବକାରୀ ନୀତି ୨୦୨୧-୨୨ ପ୍ରସ୍ତୁତ ଏବଂ କାର୍ଯ୍ୟକାରୀ କରିବା ବଦଳରେ କେଜ୍ରିୱାଲଙ୍କୁ ‘ସାଉଥ୍ ଗ୍ରୁପ୍’ରୁ [...]
ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମୁଖ୍ୟ ‘ଷଡଯନ୍ତ୍ରକାରୀ’ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦାବି କରିଛି। କେନ୍ଦ୍ରୀୟ ଏଜେନ୍ସି କେଜ୍ରିୱାଲଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ଆବେଦନ କରିଛି।
କେଜ୍ରିୱାଲଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଇଡି ସ୍ପେଶାଲ୍ ଜଜ୍ କାଭେରୀ ବାୱେଜାଙ୍କୁ କହିଛି ଯେ ଦିଲ୍ଲୀ ଅବକାରୀ ନୀତି ୨୦୨୧-୨୨ ପ୍ରସ୍ତୁତ ଏବଂ କାର୍ଯ୍ୟକାରୀ କରିବା ବଦଳରେ କେଜ୍ରିୱାଲଙ୍କୁ ‘ସାଉଥ୍ ଗ୍ରୁପ୍’ରୁ ଲାଞ୍ଚ ଭାବେ ବହୁ କୋଟି ଟଙ୍କା ଲାଞ୍ଚ ମିଳିଛି।
ଏଜେନ୍ସି ପକ୍ଷରୁ କୋର୍ଟରେ ହାଜର ହୋଇଥିବା ଅତିରିକ୍ତ ସଲିସିଟର ଜେନେରାଲ (ଏସଜି) ଏସ.ଭି ରାଜୁ ଦାବି କରିଥିଲେ ଯେ ପଞ୍ଜାବରେ ବିଧାନସଭା ନିର୍ବାଚନ ପାଇଁ କେଜ୍ରିୱାଲ ‘ସାଉଥ ଗ୍ରୁପ’ର କିଛି ଅଭିଯୁକ୍ତଙ୍କଠାରୁ ୧୦୦ କୋଟି ଟଙ୍କା ମାଗିଥିଲେ ।
ଏଥିସହ ସେ କୋର୍ଟଙ୍କୁ କହିଛନ୍ତି, ହାୱଲା ମାର୍ଗ ଜରିଆରେ ମିଳିଥିବା ୪୫ କୋଟି ଟଙ୍କା ଗୋଆ ନିର୍ବାଚନରେ ଖର୍ଚ୍ଚ କରିଥିଲା ଆପ୍। ତାଙ୍କ ଠାରୁ ତଥ୍ୟ ସଂଗ୍ରହ ପାଇଁ କେଜ୍ରିୱାଲଙ୍କୁ ୧୦ ଦିନ ରିମାଣ୍ଡ ଆବଶ୍ୟକ ବୋଲି ସେ ଯୁକ୍ତି କରିଥିଲେ ।
କେଜ୍ରିୱାଲଙ୍କ ତରଫରୁ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘଭି କହିଥିଲେ ଯେ କେଜ୍ରିୱାଲଙ୍କ ବିରୋଧରେ ଇଡି ପାଖରେ କୌଣସି ପ୍ରତ୍ୟକ୍ଷ ପ୍ରମାଣ ନାହିଁ। ଇଡି ରିମାଣ୍ଡକୁ ସିଂଘଭି ବିରୋଧ କରିଛନ୍ତିି।
ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକଙ୍କୁ ଜେଲ୍
Next Articleନିର୍ବାଚନ ସମ୍ପର୍କିତ ମିଥ୍ୟା ଖବର ଉପରେ ନଜର ରଖିବ ଓଡିଶା ପୋଲିସର ସ୍ପେଶାଲ ୟୁନିଟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
