କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ, ଲିଜ୍ ସୂତ୍ରରେ ସରକାରୀ ଜମି ହେବ ସ୍ଥିତିବାନ୍
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ବିଭାଗର ୧୪ଟି ପ୍ରସ୍ତାବକୁ ମୋହର ବାଜିଛି । ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ ୧୪ଟି ମଞ୍ଜୁର ହୋଇଛି ବୋଲି ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ବୈଠକରେ ରାଜସ୍ୱ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ନିଷ୍ପତ୍ତି ଅନୁସାରେ ବିଡିଏ, ସିଡିଏ, ହାଉସିଂବୋର୍ଡ ଜମିର ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ବିଭାଗର ୧୪ଟି ପ୍ରସ୍ତାବକୁ ମୋହର ବାଜିଛି । ୧୫ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ ୧୪ଟି ମଞ୍ଜୁର ହୋଇଛି ବୋଲି ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ବୈଠକରେ ରାଜସ୍ୱ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ନିଷ୍ପତ୍ତି ଅନୁସାରେ ବିଡିଏ, ସିଡିଏ, ହାଉସିଂବୋର୍ଡ ଜମିର ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ ଦେୟ କମିବ । ଲିଜ୍ ସୂତ୍ରରେ ପାଇଥିବା ସରକାରୀ ଜମିକୁ ସ୍ଥିତିବାନ କରିବାକୁ ଦେୟ ହ୍ରାସ କରାଯିବ ।
ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ ପୂର୍ବରୁ ଜମି ମୂଲ୍ୟର ୧୦ ପ୍ରତିଶତ ଦେୟ ପଡୁଥିଲା । ଏବେ ଜମିର ପାଖ ଜମି ମୂଲ୍ୟ ଅନୁସାରେ ଦେୟ ଦେବାକୁ ପଡ଼ିବ । ପାଖ ଜମିର ବେଞ୍ଚମାର୍କ ମୂଲ୍ୟର ମାତ୍ର ୩ ପ୍ରତିଶତ ଦେୟରେ ହେବ କନ୍ଭର୍ସନ୍ ।
କୃଷି ବିଭାଗର ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି। ରାଜ୍ୟରେ କଫି ଚାଷ ବୃଦ୍ଧି କରାଯିବା ପାଇଁ ନିଷ୍ପତ୍ତି ହୋଇଛି।
Odisha Seeks Kumki Elephants from Tamil Nadu for Mitigating Human-Elephant Conflicts
Next Articleକ୍ୟାବିନେଟ୍ ନିଷ୍ପତ୍ତି: ନରାଜ ନିକଟରେ ହେବ ଇଭି କାରଖାନା , ଆଉ ୬ ଜିଲ୍ଲାରେ କୋରାପୁଟ କଫି ଚାଷ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
