ଜୂ୍ନ ୧ରେ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ: ୬ ଲୋକସଭା, ୪୨ ବିଧାନସଭା ଆସନରେ ଭୋଟ୍
ଭୁବନେଶ୍ୱର – ଜୁନ ପହିଲାରେ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ। ଏଥିପାଇଁ ମେ’ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ମେ’ ୧୪ ତାରିଖ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ୧୫ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଞ୍ଚ ହେବ । ମେ’ ୧୭ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ (ଏସଟି), ବାଲେଶ୍ଵର (ସାଧାରଣ), ଭଦ୍ରକ (ଏସସି), ଯାଜପୁର [...]
ଭୁବନେଶ୍ୱର – ଜୁନ ପହିଲାରେ ଓଡ଼ିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ। ଏଥିପାଇଁ ମେ’ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ମେ’ ୧୪ ତାରିଖ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ୧୫ ତାରିଖରେ ପ୍ରାର୍ଥିପତ୍ରଗୁଡିକର ଯାଞ୍ଚ ହେବ । ମେ’ ୧୭ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ (ଏସଟି), ବାଲେଶ୍ଵର (ସାଧାରଣ), ଭଦ୍ରକ (ଏସସି), ଯାଜପୁର (ଏସସି), କେନ୍ଦ୍ରାପଡା (ସାଧାରଣ) ଓ ଜଗତସିଂହପୁର (ଏସସି) ଲୋକ ସଭା ଆସନରେ ମତଦାନ ହେବ ।
ମତଦାନ ହେବାକୁ ଥିବା ବିଧାନସଭା ଆସନଗୁଡିକ ହେଲା – ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡ଼ା – (ମୟୂରଭଂଜ ଲୋକସଭା କ୍ଷେତ୍ର) ବଡ଼ସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି- (ବାଲେଶ୍ୱର ଲୋକସଭା କ୍ଷେତ୍ର), ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି-(ଭଦ୍ରକ ଲୋକସଭା କ୍ଷେତ୍ର) ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି , ରାଜନଗର, ମହାକାଳପଡ଼ା – (କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର), ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରାଇ, ସୁକିନ୍ଦା-( ଯାଜପୁର ଲୋକସଭା କ୍ଷେତ୍ର),ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା-(ଜଗତସିଂହପୁର ଲୋକସଭା କ୍ଷେତ୍ର) ।
ମେ’ ୨୫ରେ ଓଡ଼ିଶାରେ କେଉଁଠି ପଡ଼ିବ ଭୋଟ୍
Next Articleରାତିରେ ମହିଳା ହଷ୍ଟେଲକୁ ଯାଉଥିବା ବେଳେ ଧରାପଡ଼ିଲେ ଭାରୋତ୍ତୋଳକ ଅଚିନ୍ତ ଶିଉଲି, ଜାତୀୟ କ୍ୟାମ୍ପରୁ ବହିଷ୍କୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
