ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ , ୮ କ୍ୟାବିନେଟ ଓ ୫ ରାଷ୍ଟ୍ରମନ୍ତ୍ରୀଙ୍କ ଶପଥ
ଭୁବନେଶ୍ୱର – ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ରାଜ୍ୟରେ ବିଜେପି ସରକାରର କାର୍ଯ୍ୟକାଳ ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ସମାରୋହରେ ରାଜ୍ୟପାଳ ରଘୁବର ଦାସ କେନ୍ଦୁଝର ସଦର ବିଜେପି ବିଧାୟକ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉପ ମୁଖ୍ୟମନ୍ତ୍ରୀ ଭାବେ ପାଟଣାଗଡ ବିଧାୟକ କନକବର୍ଦ୍ଧନ ସିଂହଦେଓ ଓ ନିମାପଡା [...]
ଭୁବନେଶ୍ୱର – ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ରାଜ୍ୟରେ ବିଜେପି ସରକାରର କାର୍ଯ୍ୟକାଳ ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ସମାରୋହରେ ରାଜ୍ୟପାଳ ରଘୁବର ଦାସ କେନ୍ଦୁଝର ସଦର ବିଜେପି ବିଧାୟକ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
ଉପ ମୁଖ୍ୟମନ୍ତ୍ରୀ ଭାବେ ପାଟଣାଗଡ ବିଧାୟକ କନକବର୍ଦ୍ଧନ ସିଂହଦେଓ ଓ ନିମାପଡା ବିଧାୟିକା ପ୍ରଭାତି ପରିଡ଼ା ଶପଥ ନେଇଛନ୍ତି । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ଏଥିସହ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ଓଡିଶାର ବିଜେପି ସାଂସଦମାନେ ଉପସ୍ଥିତ ଥିଲେ । ବିଜେଡି ସଭାପତି ନବୀନ ପଟ୍ଟନାୟକ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ।
ଆଜି ଆଉ କିଛି ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି। ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ସୁରେଶ ପୂଜାରୀ, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ରବିନାରାୟଣ ନାୟକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, କୃଷ୍ଣଚନ୍ଦ୍ର ମହାପାତ୍ର ଓ ବିଭୂତି ଜେନା କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।
ଗୋକୁଳାନନ୍ଦ ମଲ୍ଲିକ, ସୂର୍ଯ୍ୟବଂଶୀ ସୂରଜ, ଗଣେଶରାମ ସିଂହ ଖୁଣ୍ଟିଆ, ପ୍ରଦୀପ ବଳ ସାମନ୍ତ, ସମ୍ପଦ ଚନ୍ଦ୍ର ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ହେବେ ।
ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ
ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ
ଉପ ମୁଖ୍ୟମନ୍ତ୍ରୀ
କନକ ବର୍ଦ୍ଧନ ସିଂଦେଓ
ପ୍ରଭାତୀ ପରିଡା
କ୍ୟାବିନେଟ୍ ମନ୍ତ୍ରୀ
ସୁରେଶ ପୂଜାରୀ
ରବି ନାରାୟଣ ନାୟକ
ନିତ୍ୟାନନ୍ଦ ଗଣ୍ଡ
କୃଷ୍ଣଚନ୍ଦ୍ର ପାତ୍ର
ପୃଥ୍ୱୀରାଜ ହରିଚନ୍ଦନ
ମୁକେଶ ମହାଲିଙ୍ଗ
ବିଭୂତି ଭୂଷଣ ଜେନା
କୃଷ୍ଣଚନ୍ଦ୍ର ମହାପାତ୍ର
ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)
ଗଣେଶ ରାମ ଖୁଣ୍ଟିଆ
ସୂର୍ଯ୍ୟବଂଶୀ ସୂରଜ
ପ୍ରଦୀପ ବଳସାମନ୍ତ
ଗୋକୁଳାନନ୍ଦ ମଲ୍ଲିକ
ସମ୍ପଦ କୁମାର ସ୍ୱାଇଁ
Mohan Majhi Takes Oath as Chief Minister of Odisha
Next ArticleMohan Charan Majhi Cabinet: Full List of Ministers Who Took Oath
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
