ହିଞ୍ଜିଳିରୁ ଆରମ୍ଭ ହେଲା ବିଜେଡିର ବିଜୟ ଅଭିଯାନ : ମୁଖ୍ୟମନ୍ତ୍ରୀଙ୍କ ବିଜୟ ଶଙ୍ଖଧ୍ବନୀ , ବିକାଶ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ
ହିଞ୍ଜିଳି – ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯୋଡି ଶଙ୍ଖ ହେଉଛି ଓଡିଶାର ପରିଚୟ। ଯୋଡି ଶଙ୍ଖ ହେଉଛି ବିକାଶର ପରିଚୟ ବୋଲି ମତଦେଇ [...]
ହିଞ୍ଜିଳି – ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯୋଡି ଶଙ୍ଖ ହେଉଛି ଓଡିଶାର ପରିଚୟ। ଯୋଡି ଶଙ୍ଖ ହେଉଛି ବିକାଶର ପରିଚୟ ବୋଲି ମତଦେଇ ସେ କହିଥିଲେ ଯେ ଓଡିଶାର ସାଢେ ଚାରି କୋଟି ଲୋକଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ଚଳିତ ନିର୍ବାଚନରେ ଉଭୟ ବିଧାନସଭା ଓ ଲୋକସଭାରେ ବିପୁଳ ବିଜୟ ହାସଲ କରିବ।
ସେ କହିଥିଲେ ଯେ, ବିଜୁ ଜନତା ଦଳ ସବୁବେଳେ ଏକ ନମ୍ବର ଦଳ ହୋଇ ରହିଆସିଛି । ଜନତାଙ୍କ ଆଶୀର୍ବାଦରେ ଏହି ନିର୍ବାଚନରେ ମଧ୍ୟ ପୁଣି ଥରେ ଏକ ନମ୍ବର ହେବ ଓ ବିକାଶର ଯାତ୍ରାକୁ ଆହୁରି ମଜବୁତ କରିବ। ହିଞ୍ଜିଳିବାସୀଙ୍କୁ ଧନ୍ୟବାଦ ଜଣାଇ ସେ କହିଥିଲେ ଯେ ସାଢେ ଚାରି କୋଟି ଓଡିଶାବାସୀ ହେଉଛନ୍ତି ତାଙ୍କର ପରିବାର। ଏହି ସାଢେ ଚାରି କୋଟି ପରିବାର ସଦସ୍ୟଙ୍କ କଲ୍ୟାଣ ପାଇଁ ମୁଁ ସବୁବେଳେ କାମ କରିଚାଲିଛି ଓ ଶେଷ ପର୍ଯ୍ୟନ୍ତ କରିଚାଲିବି ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ହିଞ୍ଜିଳି-ଶେରଗଡ ଆଜି ସାରା ଦେଶରେ ବିକାଶର ଏକ ମଡେଲ ହୋଇଛି । ୫-ଟି ରୂପାନ୍ତର ଯାତ୍ରାରେ ହିଞ୍ଜିଳି ଶେରଗଡ଼ବାସୀଙ୍କ ସହଯୋଗର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ଓଡିଶାର ଚାଷୀମାନେ, ମିଶନ ଶକ୍ତିର ମା ମାନେ ଜିରୋ ପରସେଣ୍ଟ ସୁଧରେ ଋଣ ପାଉଛନ୍ତି। ସଶକ୍ତ ଓଡିଶା ଗଠନ ଦିଗରେ ଏହା ଏକ ମାଇଲଖୁଣ୍ଟ ।
ଯୁବଶକ୍ତି ଉପରେ ନିଜର ଭରସା ପ୍ରକାଶ କରି ସେ କହିଥିଲେ ଯେ, ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ପାଇଁ ରାଜ୍ୟରେ ସ୍ବତନ୍ତ୍ର ଯୁବ ବଜେଟ ଆସିବ। ୨୦୨୪ ରୁ ୨୦୩୪ ଏହି ଦଶକ ହେବ ଯୁବଶକ୍ତି ପାଇଁ ସୁବର୍ଣ୍ଣ ଯୁଗ। ଯୁବ ବଜେଟରେ ଶିଳ୍ପ, ପୁଞ୍ଜି ବିନିଯୋଗ, ନିଯୁକ୍ତି ତଥା ଦକ୍ଷତା ବିକାଶ ଉପରେ ଫୋକସ ରହିବ ବୋଲି ସେ କହିଥିଲେ । ସେ ପୁଣି କହିଥିଲେ ଯେ ୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ ଓ ଓଡିଶା ତାର କାମ ପାଇଁ ବିଶ୍ବର ଦୃଷ୍ଟି ଆକର୍ଷଣ କରିବ । ୨୦୩୬ରେ ଯେତେବେଳେ ଓଡିଶା ଶହେ ବର୍ଷ ପୂରଣ କରିବ, ସେତେବେଳେ ଆମ ରାଜ୍ୟ ହେବ ଦେଶର ଏକ ନମ୍ବର ରାଜ୍ୟ।
ବିରୋଧୀ ଦଳର ରାଜନୀତି ଉପରେ ମତଦେଇ ସେ କହିଥିଲେ ଯେ ବିକାଶ ଆମର ପରିଚୟ ହୋଇଥିବା ବେଳେ, ବିରୋଧୀ ଦଳ ଗୁଡିକ ସବୁବେଳେ ଅଯଥା ରାଜନୀତି କରୁଛନ୍ତି। ବିକାଶକୁ ବିରୋଧ କରୁଛନ୍ତି, ଅପପ୍ରଚାର କରୁଛନ୍ତି । ଓଡିଶାବାସୀ ସେମାନଙ୍କ ଅସଲ ରୂପକୁ ଲୋକ ଚିହ୍ନିଛନ୍ତି । ବିକାଶକୁ ବିରୋଧ କରି କେହି କେବେ ସଫଳ ହେବେ ନାହିଁ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।
ଏହି ସଭାରେ ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ହିଞ୍ଜିଳି-ଶେରଗଡ ହେଉଛି ଦେଶର ଏକ ନମ୍ବର ନିର୍ବାଚନ ମଣ୍ଡଳୀ। ହିଞ୍ଜିଳି-ଶେରଗଡର ବିଧାୟକ ହେଉଛନ୍ତି ଦେଶର ଏକ ନମ୍ବର ବିଧାୟକ। ମୁଖ୍ୟମନ୍ତ୍ରୀ ହେଉଛନ୍ତି ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ। ତେଣୁ ଆପଣମାନେ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀଙ୍କୁ ସର୍ବାଧିକ ଭୋଟ ବ୍ୟବଧାନରେ ଜିତାଇ ତାଙ୍କର ଏକ ନମ୍ବର ସ୍ଥାନ ବଜାୟ ରଖନ୍ତୁ ବୋଲି ସେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।
ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ପ୍ରମିଳା ବିଶୋଇ ପ୍ରମୁଖ ନିଜ ନିଜ ଅଭିଭାଷଣରେ ଜନସାଧାରଣଙ୍କୁ ବିଜୁ ଜନତା ଦଳକୁ ଜିତାଇବା ପାଇଁ ଅନୁରୋଧ କରିଥିଲେ ।
Kendrapara: Senior Clerk Sentenced to 2 Yrs Jail in Bribery Case
Next ArticleIMD Issues Severe Heatwave Alert for Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
