News Room Odisha
BREAKING
Odia

ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ – ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଚକ୍ରଧାରୀ ସିଂହ ବର୍ତ୍ତମାନ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ଗତ ନଭେମ୍ବରରେ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱ।ଇ ଚନ୍ଦ୍ରଚୂଡଙ୍କ ନେତୃତ୍ଵାଧୀନ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନାମ କେନ୍ଦ୍ର [...]

Admin•February 2, 2024
Share Article:

ନୂଆଦିଲ୍ଲୀ – ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଚକ୍ରଧାରୀ ସିଂହ ବର୍ତ୍ତମାନ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ।

ଗତ ନଭେମ୍ବରରେ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱ।ଇ ଚନ୍ଦ୍ରଚୂଡଙ୍କ ନେତୃତ୍ଵାଧୀନ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲା । ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କ ସ୍ଥାନ ନେବେ । ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓଡ଼ିଶା ହାଇକୋର୍ଟର ଭାରପ୍ରାପ୍ତ ମୁଖ୍ୟ ବିଚାରପତି ଅଛନ୍ତି।

ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ଆଇନ ସେବା କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି। ୨୦୧୦ରେ ସେ ବିହାରର ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ୨୦୧୨ରେ ଜଷ୍ଟିସ ଚକ୍ରଧାରୀ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

#Odia#Odisha#News
Share Article:

Related Articles