ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ : ସୂଚନା ଓ ପ୍ରଯୁକ୍ତିବିଦ୍ୟା ଯୁଗରେ ଓଡ଼ିଆ ଭାଷା ସମ୍ପର୍କିତ ଆଲୋଚନା ଚକ୍ର
ଭୁବନେଶ୍ୱର: ଓଡ଼ିଆ ଭାଷା ହେଉଛି ସର୍ବପ୍ରାଚୀନ ଭାଷା । ଆମ ରାଜ୍ୟର ସଂସ୍କୃତି, ଐତିହ୍ୟ, ପରମ୍ପରା ଆଜି ସାରା ବିଶ୍ଵରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି । ତେଣୁ ଭାଷାର ସୁରକ୍ଷା ପାଇଁ ସୂଚନା ପ୍ରଯୁକ୍ତିର ଉପଯୋଗୀ ବ୍ୟବହାର ନିତାନ୍ତ ଆବଶ୍ୟକ । ଏଥି ସହ ବିଭିନ୍ନ ଆଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଓଡ଼ିଆ ଭାଷାକୁ କିପରି ବିଶ୍ୱସ୍ତରରେ ପହଞ୍ଚାଇ ହେବ, ସେନେଇ ଅଧିକ ଗବେଷଣା ଜରୁରୀ ବୋଲି ଆଜି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ [...]
ଭୁବନେଶ୍ୱର: ଓଡ଼ିଆ ଭାଷା ହେଉଛି ସର୍ବପ୍ରାଚୀନ ଭାଷା । ଆମ ରାଜ୍ୟର ସଂସ୍କୃତି, ଐତିହ୍ୟ, ପରମ୍ପରା ଆଜି ସାରା ବିଶ୍ଵରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି । ତେଣୁ ଭାଷାର ସୁରକ୍ଷା ପାଇଁ ସୂଚନା ପ୍ରଯୁକ୍ତିର ଉପଯୋଗୀ ବ୍ୟବହାର ନିତାନ୍ତ ଆବଶ୍ୟକ । ଏଥି ସହ ବିଭିନ୍ନ ଆଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଓଡ଼ିଆ ଭାଷାକୁ କିପରି ବିଶ୍ୱସ୍ତରରେ ପହଞ୍ଚାଇ ହେବ, ସେନେଇ ଅଧିକ ଗବେଷଣା ଜରୁରୀ ବୋଲି ଆଜି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ –୨୦୨୪ ଅବସରରେ ଆୟୋଜିତ ‘ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଓଡ଼ିଆ ଭାଷା : ସୁଯୋଗ ଓ ଭବିଷ୍ୟତ’ ଶୀର୍ଷକ ଆଲୋଚନାରେ ଅତିଥିମାନେ ମତପ୍ରକାଶ କରିଛନ୍ତି ।
ବିଶିଷ୍ଟ ପ୍ରଯୁକ୍ତି ବିଶେଷଜ୍ଞ ସେନ୍ଥୀଲ ଶଙ୍କରସୁବ୍ରମନିୟନ ଆଲୋଚନାରେ ଅଧ୍ୟକ୍ଷତା କରିବା ସହ ସାରଳା ଦାସଙ୍କ ଉଦାହରଣ ଦେଇ କହିଲେ ଯେ, ଓଡ଼ିଆ ଭାଷାର ଗୌରବ ଏହାର ସଂରକ୍ଷଣରେ ନିହିତ ଅଛି । ରାଜ୍ୟ ସରକାର ଓଡ଼ିଆ ଭାଷାର ପ୍ରସାର ଦିଗରେ ନେଉଥିବା ବିଭିନ୍ନ ପଦକ୍ଷେପର ସେ ପ୍ରଶଂସା କରିଥିଲେ । ଏହି ଆଲୋଚନାରେ ଯୋଗଦେଇ ଆଇଏସ୍ର ମୁଖ୍ୟ ଭାବେ କାର୍ଯ୍ୟରତ ରେଖା ଆଚାର୍ଯ୍ୟ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ‘ ଏଆଇ’ର ଯୁଗ । ଆଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଖୁବ୍ କମ୍ ସମୟରେ ଓଡ଼ିଆ ଭାଷାକୁ ଇଂରାଜୀ ତଥା ଅନ୍ୟ ଆଞ୍ଚଳିକ ଭାଷାରେ ପରିବର୍ତ୍ତନ କରାଯାଇପାରୁଛି । ଓଡ଼ିଆରେ ତଥ୍ୟ ଓ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ପାଇଁ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗର ଆବଶ୍ୟକତା ରହିଛି । ଆଗାମୀ କିଛି ବର୍ଷ ମଧ୍ୟରେ ସବୁ ବାଧାବିଘ୍ନକୁ ଅତିକ୍ରମ କରି ଓଡ଼ିଆ ଭାଷା ସୂଚନା ପ୍ରଯୁକ୍ତିର ଭାଷା ହୋଇପାରିବ ବୋଲି ସେ କରିଥିଲେ । ସେହିପରି ଏଆଇ/ଏମ୍ଏଲ, ରିଲାଏନ୍ସ ଜିଓ ଉତ୍କର୍ଷ କେନ୍ଦ୍ରର ମୁଖ୍ୟ ଡାଟା ବୈଜ୍ଞାନିକ ଭାବେ କାର୍ଯ୍ୟରତ ଡକ୍ଟର ଶୈଳେନ୍ଦ୍ର କୁମାର ଭାଷାକୁ ଷଷ୍ଠ ଇନ୍ଦ୍ରିୟ ଭାବରେ ଅଭିହିତ କରିବା ସହ ଭାଷାର କ୍ରମବିକାଶ ବିଷୟରେ ବକ୍ତବ୍ୟ ରଖିଥିଲେ । ସେ କହିଥିଲେ ଯେ ବର୍ତ୍ତମାନ କୃତ୍ରିମ ବୁଦ୍ଧିମତ୍ତାର ପରିଭାଷା ବଦଳିବା ସହିତ ଆଗାମୀ ଦିନରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ହେବ ଏବଂ ଓଡ଼ିଆ ଭାଷା ସୂଚନା ପ୍ରଯୁକ୍ତିକୁ ବ୍ୟବହାର କରି ଶୀର୍ଷ ସ୍ତରରେ ପହଞ୍ଚିବ ।
କେପିଏମ୍ଜି ଇଣ୍ଡିଆର ସହଭାଗୀ ବିଜେନ୍ଦ୍ର କୁମାର କହିଲେ ଯେ ଭାରତରେ ମାତ୍ର ୧୦ ପ୍ରତିଶତ ଲୋକ ଇଂରାଜୀ ଭାଷାରେ ଯୋଗାଯୋଗ କ୍ଷମତା ରଖୁଥିବାରୁ ଓଡ଼ିଆ ଭାଷାରେ ଜ୍ଞାନ ଆହରଣରେ ଅନେକ ପ୍ରତିବନ୍ଧକ ସୃଷ୍ଟି କରୁଛି । ଇଂରାଜୀ ଭାଷାରେ ଅଧିକ ନିର୍ଭରଶୀଳ ଓଡ଼ିଆ ଭାଷାକୁ ପ୍ରଭାବିତ କରୁଛି । ତେଣୁ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଆଞ୍ଚଳିକ ଭାଷାକୁ ଅଧିକ ପରିବ୍ୟାପ୍ତ କରିବା ପାଇଁ ସାମୂହିକ ଉଦ୍ୟମ ଆବଶ୍ୟକ ବୋଲି ସେ କହିଥିଲେ । ରେଭରି ଲାଙ୍ଗୁଏଜ୍ ଟେକ୍ନୋଲୋଜିର ସହ ପ୍ରତିଷ୍ଠାତା ବିବେକାନନ୍ଦ ପାଣି କହିଲେ ଯେ ଅନଲାଇନ୍ ଦୁନିଆରେ କ୍ରମାଗତ ଭାବେ ଭାଷାର ବ୍ୟବଧାନ ପରିଲକ୍ଷିତ ହେଉଛି । ଏଥିସହିତ ଇଣ୍ଟରନେଟ୍ରେ ଓଡ଼ିଆ ତଥ୍ୟର ଅନୁପସ୍ଥିତି ପରିଲକ୍ଷିତ ହେଉଛି । ତେଣୁ ଓଡ଼ିଆ ଭାଷାର ବିକାଶ ପାଇଁ ଏହାର ନିରାକରଣ ଆବଶ୍ୟକ ବୋଲି ସେ କହିଥିଲେ । ଆଲୋଚନାରେ ଅରବିନ୍ଦ ପାଣି ଓଡ଼ିଆ ଭାଷାର ବିକାଶ ପାଇଁ ମାନସିକ ପ୍ରସ୍ତୁତି ଏବଂ ଭାଷା ପ୍ରତି ଆନ୍ତରିକତା ଜରୁରୀ ବୋଲି କହିଥିଲେ । ଛାତ୍ର ବକ୍ତା ଭାବେ ଋତିକ କୁମାର ପଣ୍ଡା ଓଡ଼ିଆ ଭାଷାର ବିକାଶ ପାଇଁ ସୂଚନା ପ୍ରଯୁକ୍ତି ବ୍ୟବହାରର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।
ଇଲେକ୍ଟ୍ରୋନିକ୍ସ ସୂଚନା ପ୍ରଯୁକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର ଯୋଗଦେଇ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍ଵତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା, ସିଇଓ, ଓକାକ୍ ମନୋଜ କୁମାର ପଟ୍ଟନାୟକଙ୍କ ସମେତ ବହୁ ବୁଦ୍ଧିଜୀବୀ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।
ଚଣ୍ଡିଗଡ଼ ମେୟର ନିର୍ବାଚନ ବିବାଦ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଟିପ୍ପଣୀ, କହିଲେ ଗଣତନ୍ତ୍ରର ହତ୍ୟା
Next Articleପାକିସ୍ତାନ: ଥାନା ଉପରେ ଆତଙ୍କବାଦୀ ଆକ୍ରମଣ, ୧୦ ପୋଲିସ କର୍ମଚାରୀ ମୃତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
