ରାଜ୍ୟ ବଜେଟ୍ : ଧାନ ମୂଲ୍ୟ ଠିକ୍ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟି ଟଙ୍କାର ରିଭଲଭିଂ ଫଣ୍ଡ୍
ଭୁବନେଶ୍ୱର – ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ବିଧାନସଭାରେ ଉପସ୍ଥାପନ କରିଥିବା ବଜେଟରେ ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟି ଟଙ୍କାର ରିଭଲ୍ଭିଂ ଫଣ୍ଡ ବ୍ୟବସ୍ଥା କରାଯାଇଛି । ଆଗାମୀ ୫ ବର୍ଷରେ ୧୮୫୮ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ । ଏହି ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ଟଙ୍କା ବ୍ୟୟ କରାଯିବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ କରାଯାଇଛି। ବଜେଟରେ [...]
ଭୁବନେଶ୍ୱର – ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ବିଧାନସଭାରେ ଉପସ୍ଥାପନ କରିଥିବା ବଜେଟରେ ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟି ଟଙ୍କାର ରିଭଲ୍ଭିଂ ଫଣ୍ଡ ବ୍ୟବସ୍ଥା କରାଯାଇଛି । ଆଗାମୀ ୫ ବର୍ଷରେ ୧୮୫୮ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ । ଏହି ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ଟଙ୍କା ବ୍ୟୟ କରାଯିବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ କରାଯାଇଛି।
ବଜେଟରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ୪ ହଜାର କୋଟିରୁ ଅଧିକ ବ୍ୟୟ ଯୋଜନା ଲକ୍ଷ୍ୟ ରଖାଯାଇଛି। କୃଷି ପାଇଁ ବଜେଟରେ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ ହୋଇଛି।
୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି ଖର୍ଚ୍ଚ କରାଯିବ । ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ବଜେଟରେ ୫୨୯ କୋଟିର ବ୍ୟୟବରାଦ ହୋଇଛି। ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ବ୍ୟୟ ହେବ ୩୮୫ କୋଟି । ସଡ଼କ, ସେତୁ, ଏୟାରପୋର୍ଟ, ରେଲୱେ ବିକାଶ ପାଇଁ ୨୧ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ଲକ୍ଷ୍ମୀ ଯୋଜନାରେ ମୋଟ ୧୭୪୫ଟି ବସ୍ ଚଳାଚଳ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନା ପାଇଁ ବଜେଟରେ ଆଉ ୧୧୯୧ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।
#KartikPandian4Odisha Trends on Social Media at Number One Position
Next Articleବିଧାନସଭାରେ ବଜେଟ ଉପସ୍ଥାପିତ, ଅଭିବୃଦ୍ଧି ହାର ଜାତୀୟ ହାରଠାରୁ ଅଧିକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
