‘ଇଣ୍ଡିଆ’ ମେଣ୍ଟକୁ ପୁଣି ଏକ ଝଟକା, ପଞ୍ଜାବର ସମସ୍ତ ଲୋକସଭା ଆସନରେ ଲଢ଼ିବ ଆପ୍
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’କୁ ଲାଗିଛି ପୁଣି ଏକ ଝଟକା । ଏହି ମେଣ୍ଟରୁ ନୀତିଶ କୁମାରଙ୍କ ଜେଡିୟୁ ଅଲଗା ହୋଇଥିବାବେଳେ ପଶ୍ଚିମବଙ୍ଗରେ ଏକାକୀ ନିର୍ବାଚନ ଲଢ଼ିବାକୁ ତୃଣମୂଳ କଂଗ୍ରେସ ସ୍ପଷ୍ଟ କରିସାରିଛି । ଏବେ ଆମ୍ ଆଦମୀ ପାର୍ଟି (ଆପ୍) ମଧ୍ୟ ପଞ୍ଜାବର ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଦେବ ବୋଲି କହିଛି । ପଞ୍ଜାବରେ କଂଗ୍ରେସ ସହ କୌଣସି ମେଣ୍ଟ ହେବ ନାହିଁ ବୋଲି ଆପ୍ ସ୍ପଷ୍ଟ କରିଛି। [...]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’କୁ ଲାଗିଛି ପୁଣି ଏକ ଝଟକା । ଏହି ମେଣ୍ଟରୁ ନୀତିଶ କୁମାରଙ୍କ ଜେଡିୟୁ ଅଲଗା ହୋଇଥିବାବେଳେ ପଶ୍ଚିମବଙ୍ଗରେ ଏକାକୀ ନିର୍ବାଚନ ଲଢ଼ିବାକୁ ତୃଣମୂଳ କଂଗ୍ରେସ ସ୍ପଷ୍ଟ କରିସାରିଛି । ଏବେ ଆମ୍ ଆଦମୀ ପାର୍ଟି (ଆପ୍) ମଧ୍ୟ ପଞ୍ଜାବର ସମସ୍ତ ଲୋକସଭା ଆସନରେ ପ୍ରାର୍ଥୀ ଦେବ ବୋଲି କହିଛି । ପଞ୍ଜାବରେ କଂଗ୍ରେସ ସହ କୌଣସି ମେଣ୍ଟ ହେବ ନାହିଁ ବୋଲି ଆପ୍ ସ୍ପଷ୍ଟ କରିଛି।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ରାଷ୍ଟ୍ରୀୟ ଆବାହକ କେଜ୍ରିୱାଲ କହିଛନ୍ତି, “ଆଜି ମୁଁ ପୁଣି ଥରେ ହାତଯୋଡ଼ି ଆପଣଙ୍କର (ଲୋକଙ୍କ) ଆଶୀର୍ବାଦ ଲୋଡିଛି। ଦୁଇ ମାସ ପରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ପଞ୍ଜାବରେ ୧୩ଟି (ଲୋକସଭା) ଆସନ ଅଛି, ଚଣ୍ଡିଗଡ଼ରେ ଗୋଟିଏ | ଆପ୍ ଏହି ୧୪ଟି ଆସନ ପାଇଁ ଆସନ୍ତା ୧୦-୧୫ ଦିନ ମଧ୍ୟରେ ପ୍ରାର୍ଥୀ ଘୋଷଣା କରିବ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ‘ଇଣ୍ଡିଆ’ ମେଣ୍ଟର ନେତାଙ୍କ ଚିନ୍ତା ବଢ଼ାଇ ଦେଇଛି । ପୂର୍ବରୁ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ସ୍ପଷ୍ଟ କରିଥିଲେ ଯେ ତାଙ୍କ ଦଳ ପଶ୍ଚିମବଙ୍ଗରେ ଏକା ଲଢ଼ିବ । ଏହାପରେ ଜନତା ଦଳ (ୟୁନାଇଟେଡ୍) ମୁଖ୍ୟ ନୀତୀଶ କୁମାର ‘ଇଣ୍ଡିଆ’ ମେଣ୍ଟ ଛାଡ଼ି ଏନଡିଏକୁ ଫେରିଥିଲେ । ଏବେ ଅରବିନ୍ଦ କେଜ୍ରିୱାଲଙ୍କ ଘୋଷଣାରୁ ସ୍ପଷ୍ଟ ଯେ ‘ଇଣ୍ଡିଆ’ ମେଣ୍ଟ ଭାଙ୍ଗିବା ଦ୍ୱାରଦେଶରେ ପହଞ୍ଚିଛି ।
CM Announces Rs 500 Hike in Pension Amount under Madhu Babu Pension Yojana
Next Articleଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଗିରଫ କଲା ଭିଜିଲାନ୍ସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
