ଭାରତ ରତ୍ନ ପାଇବା ନେଇ ଆଡଭାନୀଙ୍କ ପ୍ରତିକ୍ରିୟା, କହିଲେ ଏହା ‘ମୋ ନୀତି ଓ ଆଦର୍ଶର ସମ୍ମାନ’
ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ କରିଥିବାରୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଡଭାନୀ କହିଛନ୍ତିି ଯେ ଏହା କେବଳ ତାଙ୍କ ପାଇଁ ନୁହେଁ, ତାଙ୍କ ନୀତି ଓ ଆଦର୍ଶର ବି ସମ୍ମାନ। ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଶନିବାର ‘ଏକ୍ସ’ରେ ଘୋଷଣା କରିଥିଲେ । [...]
ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ କରିଥିବାରୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଡଭାନୀ କହିଛନ୍ତିି ଯେ ଏହା କେବଳ ତାଙ୍କ ପାଇଁ ନୁହେଁ, ତାଙ୍କ ନୀତି ଓ ଆଦର୍ଶର ବି ସମ୍ମାନ।
ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଶନିବାର ‘ଏକ୍ସ’ରେ ଘୋଷଣା କରିଥିଲେ । ଏହି ଘୋଷଣା ପରେ ୯୬ ବର୍ଷୀୟ ଆଡଭାନୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଜଣେ ବ୍ୟକ୍ତି ଭାବେ ଏହା କେବଳ ତାଙ୍କ ପାଇଁ ନୁହେଁ, ତାଙ୍କ ନୀତି ଏବଂ ଆଦର୍ଶ ପାଇଁ ମଧ୍ୟ ସମ୍ମାନ ଯାହା ସେ ପାଳନ କରିବାକୁ ପ୍ରୟାସ କରିଛନ୍ତି।
ବିଜେପିର ଏହି ବରିଷ୍ଠ ନେତା କହିଛନ୍ତି, ଆରଏସ୍ଏସ୍ (ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ)ରେ ଯୋଗଦେବା ପରେ ଜୀବନରେ ଯାହା କିଛି ଦାୟିତ୍ବ ମିଳିଛି ତାହା ନିର୍ବାହ ପୂର୍ବକ ମୋର ଦେଶ ପ୍ରତି ଉତ୍ସର୍ଗୀକୃତ ତଥା ନିଃସ୍ୱାର୍ଥପର ସେବା କରିବାରେ ହିଁ ମୋତେ ଖୁସି ମିଳିଥିଲା।
ସେ କହିଛନ୍ତି, “ମୋତେ ଭାରତ ରତ୍ନ ପ୍ରଦାନ କରିଥିବାରୁ ମୁଁ ରାଷ୍ଟ୍ରପତି ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି।”
ଏହା ପୂର୍ବରୁ ମୋଦୀ ‘ଏକ୍ସ’ରେ ଲେଖିଥିଲେ,’ ଆମ ସମୟର ଅନ୍ୟତମ ସମ୍ମାନନୀୟ ରାଜନେତା ଆଡଭାନୀଙ୍କ ଭାରତର ବିକାଶରେ ବିଶାଳ ଯୋଗଦାନ ରହିଛି । ସେ ନିଜ ଜୀବନରେ ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଠାରୁ ଉପ ପ୍ରଧାନମନ୍ତ୍ରୀ ଭାବେ ଦେଶ ସେବା କରିଛନ୍ତିି।
ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବା ମୋ ପାଇଁ ବେଶ୍ ଭାବପ୍ରବଣ ମୁହୂର୍ତ୍ତ। ଆଡଭାନୀଜୀ ସର୍ବସାଧାରଣ ଜୀବନରେ ତାଙ୍କର ବହୁ ଦଶକର ସେବା, ପାରଦର୍ଶିତା ଏବଂ ଅଖଣ୍ଡତାର ଅତୁଟ ପ୍ରତିବଦ୍ଧତା ପ୍ରଦର୍ଶନ କରିଥିଲେ ଏବଂ ରାଜନୈତିକ ନୈତିକତା କ୍ଷେତ୍ରରେ ଏକ ଅନୁକରଣୀୟ ମାନଦଣ୍ଡ ସ୍ଥାପନ କରିଥିଲେ। ଦେଶର ଏକତା ତଥା ସାଂସ୍କୃତିକ ପୁନର୍ଜାଗରଣକୁ ଆଗକୁ ବଢ଼ାଇବା ଦିଗରେ ସେ ଅଦ୍ୱିତୀୟ ଉଦ୍ୟମ କରିଛନ୍ତି।
ମୋଦୀ କହିଥିଲେ, “ଭାରତ ରତ୍ନ ସହ ତାଙ୍କୁ ସମ୍ମାନିତ କରିବା ମୋ ପାଇଁ ଅତ୍ୟନ୍ତ ଭାବପ୍ରବଣ ମୁହୂର୍ତ୍ତ। ତାଙ୍କ ସହ ଯୋଗାଯୋଗ କରିବା ଏବଂ ତାଙ୍କଠାରୁ ଶିଖିବାର ଅସଂଖ୍ୟ ସୁଯୋଗ ପାଇବା ମୋର ସୌଭାଗ୍ୟ ବୋଲି ମୁଁ ବିବେଚନା କରିବି। ” ପ୍ରଧାନମନ୍ତ୍ରୀ କହିଥିଲେ ଆଡଭାନୀଙ୍କୁ ଏହି ସମ୍ମାନ ପ୍ରଦାନ ନେଇ ଘୋଷଣା କରି ସେ ବହୁତ ଖୁସି।
ଗତ ମାସରେ କେନ୍ଦ୍ର ସରକାର ସମାଜବାଦୀ ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କୁ ମଧ୍ୟ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଥିଲେ।
Odisha Police Personnel Sing ‘Bande Utkal Janani’ to Commemorate First World Odia Language Conference
Next Articleବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଜ୍ୟ ସଙ୍ଗୀତ ଗାନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
