ସୋସିଆଲ ମିଡିଆରେ ଘୃଣାପୂର୍ଣ୍ଣ ପୋଷ୍ଟ ପାଇଁ ବିଜେପି ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କ ବିରୋଧରେ ମାମଲା
ବେଙ୍ଗାଲୁରୁ: ସୋସିଆଲ ମିଡିଆରେ ଘୃଣାପୂର୍ଣ୍ଣ ପୋଷ୍ଟ କରିବା ଅଭିଯୋଗରେ ବିଜେପି ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନିର୍ବାଚନ କମିଶନ ଅଧିକାରୀ ଏହି ସୂଚନା ଦେଇଛନ୍ତି । ନିର୍ବାଚନ କମିଶନ ଏବଂ ବୃହତ୍ତ ବେଙ୍ଗାଲୁରୁ ମହାନଗର ନିଗମ (ବିବିଏମସି) ଅଧିକାରୀଙ୍କ ଅଭିଯୋଗ ଆଧାରରେ ସୂର୍ଯ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ବେଙ୍ଗାଲୁରୁ ଦକ୍ଷିଣରୁ ସାଂସଦ ତଥା ବିଜେପି ଯୁବ ମୋର୍ଚ୍ଚା ସଭାପତି ଥିବା ସୂର୍ଯ୍ୟ ଏକ ସୋସିଆଲ ମିଡ଼ିଆ ପୋଷ୍ଟରେ ଏକ [...]
ବେଙ୍ଗାଲୁରୁ: ସୋସିଆଲ ମିଡିଆରେ ଘୃଣାପୂର୍ଣ୍ଣ ପୋଷ୍ଟ କରିବା ଅଭିଯୋଗରେ ବିଜେପି ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନିର୍ବାଚନ କମିଶନ ଅଧିକାରୀ ଏହି ସୂଚନା ଦେଇଛନ୍ତି ।
ନିର୍ବାଚନ କମିଶନ ଏବଂ ବୃହତ୍ତ ବେଙ୍ଗାଲୁରୁ ମହାନଗର ନିଗମ (ବିବିଏମସି) ଅଧିକାରୀଙ୍କ ଅଭିଯୋଗ ଆଧାରରେ ସୂର୍ଯ୍ୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ବେଙ୍ଗାଲୁରୁ ଦକ୍ଷିଣରୁ ସାଂସଦ ତଥା ବିଜେପି ଯୁବ ମୋର୍ଚ୍ଚା ସଭାପତି ଥିବା ସୂର୍ଯ୍ୟ ଏକ ସୋସିଆଲ ମିଡ଼ିଆ ପୋଷ୍ଟରେ ଏକ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରିଥିଲେ । ସେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଶତ୍ରୁତାକୁ ପ୍ରୋତ୍ସାହିତ କରିଥିଲେ ବୋଲି ଅଭିଯୋଗ ହୋଇଥିଲା।
ଅଭିଯୋଗରେ କୁହାଯାଇଛି ଯେ ସୂର୍ଯ୍ୟ ମାର୍ଚ୍ଚ ୧୯ରେ ‘ଏକ୍ସ’ ଏବଂ ୟୁଟ୍ୟୁବରେ ଏକ ଏପରି ଏକ ପୋଷ୍ଟ କରିଥିଲେ, ଯାହାକୁ ୧୦ ଲକ୍ଷ ଭ୍ୟୁ ଏବଂ ୫୮୭ କମେଣ୍ଟ ମିଳିଥିଲା।
ଅଭିଯୋଗ ମୁତାବକ, ‘ଏକ୍ସ’ ରେ ତାଙ୍କର ୧୩ ଲକ୍ଷ ପ୍ରଶଂସକ ଅଛନ୍ତି । କିନ୍ତୁ ଏପରି ଘୃଣା ପୋଷ୍ଟ ଦ୍ବାରା ସେ ଭୋଟରଙ୍କୁ ପ୍ରଭାବିତ କରୁଛନ୍ତି ଏବଂ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ନଷ୍ଟ କରୁଛନ୍ତି ।
ସୁପ୍ରିମକୋର୍ଟଙ୍କ କଡ଼ା ଟିପ୍ପଣୀ ପରେ ପୋନମୁଡିଙ୍କୁ ମନ୍ତ୍ରୀ ଭାବେ ଶପଥ ନେବାକୁ ଆମନ୍ତ୍ରଣ କଲେ ତାମିଲନାଡୁ ରାଜ୍ୟପାଳ
Next ArticleElections 2024: Odisha Police to Set up Special Unit to Monitor Fake News on Social Media
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
