‘ମ୍ୟାଚ୍ ଫିକ୍ସିଂ’ ମନ୍ତବ୍ୟ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି
ନୂଆଦିଲ୍ଲୀ: ‘ମ୍ୟାଚ୍ ଫିକ୍ସିଂ’ ମନ୍ତବ୍ୟକୁ ନେଇ ବିଜେପି ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଛି। କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧୀ ଦଳ ନିର୍ବାଚନ କମିଶନ ଅଧିକାରୀମାନଙ୍କୁ ଭେଟି ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଇସି ଅଧିକାରୀଙ୍କ ସହ ସାକ୍ଷାତ ପରେ ପୁରୀ ଗଣମାଧ୍ୟମକୁ କହିଛନ୍ତି, ଦିଲ୍ଲୀରେ ଏକ [...]
ନୂଆଦିଲ୍ଲୀ: ‘ମ୍ୟାଚ୍ ଫିକ୍ସିଂ’ ମନ୍ତବ୍ୟକୁ ନେଇ ବିଜେପି ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଛି।
କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧୀ ଦଳ ନିର୍ବାଚନ କମିଶନ ଅଧିକାରୀମାନଙ୍କୁ ଭେଟି ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଥିଲେ।
ଇସି ଅଧିକାରୀଙ୍କ ସହ ସାକ୍ଷାତ ପରେ ପୁରୀ ଗଣମାଧ୍ୟମକୁ କହିଛନ୍ତି, ଦିଲ୍ଲୀରେ ଏକ ସାଧାରଣ ସଭାରେ ପୂର୍ବତନ କଂଗ୍ରେସ ସଭାପତିଙ୍କ ମନ୍ତବ୍ୟ ଅତ୍ୟନ୍ତ ଆପତ୍ତିଜନକ ଥିଲା। କାରଣ ଏହା କେବଳ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ନୁହେଁ ବରଂ ନିର୍ବାଚନରେ ଏହାର ଗୁରୁତର ପ୍ରଭାବ ମଧ୍ୟ ପଡ଼ିପାରେ।
ସେ ଗଣମାଧ୍ୟମକୁ କହିଛନ୍ତି, “ଗତକାଲି ସାଧାରଣ ସଭାକୁ ସମ୍ବୋଧନ ବେଳେ ରାହୁଲ ଗାନ୍ଧୀ କହିଥିଲେ ଯେ ଏହା (ଲୋକସଭା ନିର୍ବାଚନ) ଏକ ଫିକ୍ସଡ୍ ମ୍ୟାଚ୍। ସେ ଆହୁରି କହିଥିଲେ ଯେ କେନ୍ଦ୍ର ସରକାର ନିଜ ଲୋକଙ୍କୁ ନିର୍ବାଚନ କମିଶନରେ ନିୟୋଜିତ କରିଛନ୍ତି। ଇଭିଏମ୍ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ ଏଇ ନିର୍ବାଚନ ପରେ ସମ୍ବିଧାନ ବଦଳିଯିବ ବୋଲି ସେ କହିଥିଲେ।
ପୁରୀ କହିଛନ୍ତି, “ଆମେ ରାହୁଲ ଗାନ୍ଧୀ, ଅନ୍ୟ କଂଗ୍ରେସ ନେତା ଓ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛୁ।
ରାମଲୀଳା ମଇଦାନରେ ରବିବାର ‘ଇଣ୍ଡିଆ’ ମେଣ୍ଟର ରାଲିରେ ରାହୁଲ ଗାନ୍ଧୀ ଅଭିଯୋଗ କରିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀ ଆଗାମୀ ଲୋକସଭା ନିର୍ବାଚନରେ ‘ମ୍ୟାଚ୍ ଫିକ୍ସିଂ’ କରିବାକୁ ଚେଷ୍ଟା କରୁଛନ୍ତି । ଯାହା ଫଳରେ ବିପୁଳ ବ୍ୟବଧାନରେ ନିର୍ବାଚନ ଜିତି ସମ୍ବିଧାନକୁ ଉଛେଦ କରାଯାଇ ପାରିବ। ସମ୍ବିଧାନ ଏବଂ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଏହି ନିର୍ବାଚନ ଶେଷ ସୁଯୋଗ । ତେଣୁ ଏପରି ‘ମ୍ୟାଚ୍ ଫିକ୍ସିଂ’କୁ ରୋକିବାକୁ ରାହୁଲ ଗାନ୍ଧୀ ଲୋକଙ୍କୁ ଆହ୍ବାନ କରିଥିଲେ ।
Odisha Records 8 Per cent Growth in GST Revenue Collection in March
Next Articleଲୋକଙ୍କୁ ଉତ୍ତମ ସେବା ପ୍ରଥମ ଧର୍ମ: ଗଞ୍ଜାମ ଏସପି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
