ପ୍ରଶ୍ନପତ୍ର ଲିକ୍ ଓ ପରୀକ୍ଷାରେ ଅନୈତିକ ଉପାୟ ରୋକିବାକୁ ବିଲ୍ ଆଣିଲେ ସରକାର
ନୂଆଦିଲ୍ଲୀ: ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଅନିୟମିତତା ଓ ପ୍ରଶ୍ନପତ୍ର ଲିକ୍ ଭଳି ଅନୈତିକ ଉପାୟ ରୋକିବାକୁ ସରକାର ସୋମବାର ଲୋକସଭାରେ ‘ପବ୍ଲିକ୍ ଏଗଜାମିନେସନ (ପ୍ରିଭେନସନ୍ ଅଫ୍ ଅନଫେୟାର ମିନସ୍) ବିଲ୍, ୨୦୨୪’ ଆଗତ କରିଛନ୍ତି। ପରୀକ୍ଷାରେ ଅନିୟମିତତା ସହ ଜଡିତ ଅପରାଧ ପାଇଁ ଏହି ବିଲରେ ସର୍ବାଧିକ ୧୦ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଏବଂ ୧ କୋଟି ପର୍ଯ୍ୟନ୍ତ ଜୋରିମାନାର ପ୍ରାବଧାନ ରହିଛି। ନିକଟରେ କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ମଞ୍ଜୁରୀ ପ୍ରଦାନ କରିଥିଲା। କେନ୍ଦ୍ର କାର୍ମିକ [...]
ନୂଆଦିଲ୍ଲୀ: ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଅନିୟମିତତା ଓ ପ୍ରଶ୍ନପତ୍ର ଲିକ୍ ଭଳି ଅନୈତିକ ଉପାୟ ରୋକିବାକୁ ସରକାର ସୋମବାର ଲୋକସଭାରେ ‘ପବ୍ଲିକ୍ ଏଗଜାମିନେସନ (ପ୍ରିଭେନସନ୍ ଅଫ୍ ଅନଫେୟାର ମିନସ୍) ବିଲ୍, ୨୦୨୪’ ଆଗତ କରିଛନ୍ତି।
ପରୀକ୍ଷାରେ ଅନିୟମିତତା ସହ ଜଡିତ ଅପରାଧ ପାଇଁ ଏହି ବିଲରେ ସର୍ବାଧିକ ୧୦ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଏବଂ ୧ କୋଟି ପର୍ଯ୍ୟନ୍ତ ଜୋରିମାନାର ପ୍ରାବଧାନ ରହିଛି। ନିକଟରେ କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ମଞ୍ଜୁରୀ ପ୍ରଦାନ କରିଥିଲା। କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଆଜି ଏହି ବିଲକୁ ଗୃହରେ ଉପସ୍ଥାପନ କରିଛନ୍ତି।
ସୂଚନା ଅନୁଯାୟୀ, ପରୀକ୍ଷାରେ ଅନିୟମିତତା ପାଇଁ ପ୍ରସ୍ତାବିତ ବିଲ୍ ଛାତ୍ରଛାତ୍ରୀଙ୍କୁ ଟାର୍ଗେଟ କରିବ ନାହିଁ । କିନ୍ତୁ ସଂଗଠିତ ଅପରାଧ, ମାଫିଆ ସହ ଜଡିତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବ୍ୟବସ୍ଥା ରହିଛି। ଏକ ଉଚ୍ଚ ସ୍ତରୀୟ ବୈଷୟିକ କମିଟି ଗଠନ କରିବାକୁ ଏହି ବିଲରେ ପ୍ରସ୍ତାବ ଦିଆଯାଇଛି, ଯାହା କମ୍ପ୍ୟୁଟର ମାଧ୍ୟମରେ ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସୁରକ୍ଷିତ କରିବାକୁ ସୁପାରିଶ କରିବ।
ଯୁଗ୍ମ ପ୍ରବେଶିକା ପରୀକ୍ଷା ଓ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆଡମିସନ ପାଇଁ ପ୍ରବେଶିକା ପରୀକ୍ଷା ସହ ସରକାରଙ୍କ ଅଧୀନ ସବୁ ପ୍ରତିଯୋଗିତା ମୂଳକ ପରୀକ୍ଷା ଏହି ବିଲ୍ ପରିସରଭୁକ୍ତ ହେବ | ଜାନୁଆରୀ ୩୧ରେ ବଜେଟ୍ ଅଧିବେଶନ ଆରମ୍ଭରେ ଉଭୟ ସଂସଦର ମିଳିତ ବୈଠକକୁ ସମ୍ବୋଧିନ କଲାବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ ପରୀକ୍ଷାରେ ଅନିୟମିତତା ନେଇ ଯୁବପୀଢ଼ିଙ୍କ ଚିନ୍ତା ସମ୍ପର୍କରେ ସରକାର ଅବଗତ ଅଛନ୍ତି। ସେ କହିଥିଲେ ଏ ଦିଗରେ କଡ଼ା ଆଭିମୁଖ୍ୟ ସହ ଏକ ନୂଆ ଆଇନ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନିଆଯାଇଛି ।
ପାକିସ୍ତାନ: ଥାନା ଉପରେ ଆତଙ୍କବାଦୀ ଆକ୍ରମଣ, ୧୦ ପୋଲିସ କର୍ମଚାରୀ ମୃତ
Next ArticleEffective Use of IT Is Absolutely Necessary to Preserve a Language: Experts Opine at First World Odia Language Conference
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
