ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ
ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ବିଧାୟକ ଦଳର ନେତା ଚମ୍ପାଇ ସୋରେନ ଶୁକ୍ରବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଚମ୍ପାଇ ସୋରେନଙ୍କ ବ୍ୟତୀତ ବରିଷ୍ଠ କଂଗ୍ରେସ ନେତା ଆଲାମଗିର ଆଲାମ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ସତ୍ୟନନ୍ଦ ଭୋକ୍ତା ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ ଭବନର [...]
ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ବିଧାୟକ ଦଳର ନେତା ଚମ୍ପାଇ ସୋରେନ ଶୁକ୍ରବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଚମ୍ପାଇ ସୋରେନଙ୍କ ବ୍ୟତୀତ ବରିଷ୍ଠ କଂଗ୍ରେସ ନେତା ଆଲାମଗିର ଆଲାମ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ସତ୍ୟନନ୍ଦ ଭୋକ୍ତା ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ ଭବନର ଦରବାର ହଲରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜେଏମ୍ଏମ୍ ନେତୃତ୍ୱାଧୀନ ସହଯୋଗୀ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।
ଆଦିବାସୀ ନେତା ୬୭ ବର୍ଷୀୟ ଚମ୍ପାଇ ସୋରେନ ହେଉଛନ୍ତି ଝାଡ଼ଖଣ୍ଡର ଦ୍ୱାଦଶ ମୁଖ୍ୟମନ୍ତ୍ରୀ । ଚମ୍ପାଇ ଝାଡ଼ଖଣ୍ଡର କୋଲହାନ ଅଞ୍ଚଳରୁ ଷଷ୍ଠ ନେତା ଭାବେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। କୋଲହାନ ଅଞ୍ଚଳରେ ପୂର୍ବ ସିଂହଭୂମ୍, ପଶ୍ଚିମ ସିଂହଭୂମ୍ ଏବଂ ଷଢେ଼ଇକଳା-ଖରସୁଆଁ ଜିଲ୍ଲା ରହିଛି |
ଚମ୍ପାଇ ସୋରେନଙ୍କୁ ଗୁରୁବାର ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରିଥିଲେ। ଜମି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ବୁଧବାର ହେମନ୍ତ ସୋରେନଙ୍କ ଇସ୍ତଫା ଓ ଗିରଫ ପରେ ଚମ୍ପାଇ ସୋରେନ ଜେଏମ୍ଏମ୍ ବିଧାୟକ ଦଳର ନେତା ନିର୍ବାଚିତ ହୋଇଥିଲେ ।
ରାଜ୍ୟ କଂଗ୍ରେସ ମୁଖ୍ୟ ରାଜେଶ ଠାକୁର କହିଛନ୍ତି, ଚମ୍ପାଇ ସୋରେନଙ୍କୁ ତାଙ୍କ ସରକାରର ବହୁମତ ସାବ୍ୟସ୍ତ କରିବାକୁ ୧୦ ଦିନ ସମୟ ଦିଆଯାଇଛି। କଂଗ୍ରେସ ରାଜ୍ୟରେ ଜେଏମଏମ ନେତୃତ୍ୱାଧୀନ ମେଣ୍ଟର ସହଯୋଗୀ ଦଳ।
ହେମନ୍ତ ସୋରେନଙ୍କୁ ଝଟକା, ପିଟିସନରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
Next Articleରାଜନୀତିରେ ପ୍ରବେଶ କରିବେ ତାମିଲ ସୁପରଷ୍ଟାର ବିଜୟ, ଗଠନ କଲେ ଦଳ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
