ସରକାର ଗଠନ ପାଇଁ ଚମ୍ପାଇ ସୋରେନଙ୍କୁ ଝାଡ଼ଖଣ୍ଡ ରାଜ୍ୟପାଳଙ୍କ ଆମନ୍ତ୍ରଣ, ଆଜି ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ
ରାଞ୍ଚି: ଝାଡ଼ଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ବିଧାୟକ ଦଳର ନେତା ଚମ୍ପାଇ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମନୋନୀତ କରିଛନ୍ତି । ରାଜ୍ୟପାଳ ତାଙ୍କୁ ଶପଥ ଗ୍ରହଣ କରିବାକୁ ଆମନ୍ତ୍ରଣ କରିଛନ୍ତି। ହେମନ୍ତ ସୋରେନଙ୍କ ଇସ୍ତଫାର ପ୍ରାୟ ୨୪ ଘଣ୍ଟା ପରେ ଗୁରୁବାର ରାତିରେ ଚମ୍ପାଇ ସୋରେନଙ୍କୁ ଆମନ୍ତ୍ରଣ କରିଥିଲେ ରାଜ୍ୟପାଳ। ଚମ୍ପାଇ ସୋରେନ ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏହା ପୂର୍ବରୁ ଚମ୍ପାଇ ସୋରେନ [...]
ରାଞ୍ଚି: ଝାଡ଼ଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ବିଧାୟକ ଦଳର ନେତା ଚମ୍ପାଇ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମନୋନୀତ କରିଛନ୍ତି । ରାଜ୍ୟପାଳ ତାଙ୍କୁ ଶପଥ ଗ୍ରହଣ କରିବାକୁ ଆମନ୍ତ୍ରଣ କରିଛନ୍ତି। ହେମନ୍ତ ସୋରେନଙ୍କ ଇସ୍ତଫାର ପ୍ରାୟ ୨୪ ଘଣ୍ଟା ପରେ ଗୁରୁବାର ରାତିରେ ଚମ୍ପାଇ ସୋରେନଙ୍କୁ ଆମନ୍ତ୍ରଣ କରିଥିଲେ ରାଜ୍ୟପାଳ। ଚମ୍ପାଇ ସୋରେନ ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।
ଏହା ପୂର୍ବରୁ ଚମ୍ପାଇ ସୋରେନ ଜେଏମ୍ଏମ୍ ନେତୃତ୍ୱାଧୀନ ମେଣ୍ଟର ଏକ ପ୍ରତିନିଧୀ ଦଳ ସହ ଗୁରୁବାର ସନ୍ଧ୍ୟାରେ ରାଜ୍ୟପାଳ ରାଧାକ୍ରିଷ୍ଣନଙ୍କୁ ଭେଟିଥିଲେ । ହେମନ୍ତ ସୋରେନଙ୍କ ଗିରଫ ପରେ ରାଜ୍ୟରେ ସୃଷ୍ଟ ଦ୍ବନ୍ଦ୍ବାତ୍ମକ ପରିସ୍ଥିତି ଦୃଷ୍ଟିରୁ ସରକାର ଗଠନ ପାଇଁ ତାଙ୍କ ଅନୁରୋଧ ଯଥାଶୀଘ୍ର ଗ୍ରହଣ କରିବାକୁ ଚମ୍ପାଇ ସୋରେନ ରାଜ୍ୟପାଳଙ୍କୁ ଅନୁରୋଧ କରିଥିଲେ ।
ସେ ରାଜ୍ୟପାଳଙ୍କୁ କହିଥିଲେ, ହେମନ୍ତ ସୋରେନଙ୍କ ଇସ୍ତଫାର ବହୁ ଘଣ୍ଟା ପରେ ମଧ୍ୟ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବିନା ରହିଛି । ଏଠାରେ ରାଜନୈତିକ ସଙ୍କଟ ଆହୁରି ଗଭୀର ହୋଇଛି।
ଚମ୍ପାଇ ସୋରେନଙ୍କୁ ନୂଆ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିବାରେ ବିଳମ୍ବ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଥିଲା। କଂଗ୍ରେସ କହିଥିଲା, ହେମନ୍ତ ସୋରେନ ଇସ୍ତଫା ଦେବାର ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀ ଏପର୍ଯ୍ୟନ୍ତ ଶପଥ ଗ୍ରହଣ କରିନାହାଁନ୍ତି। ଏହି ବିଳମ୍ବର କାରଣ କ’ଣ? ଆପଣ (ରାଜ୍ୟପାଳ) ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିଛନ୍ତି କି? ନା ଆପଣ ବିଧାୟକଙ୍କ ପଟ ପରିବର୍ତ୍ତନ ଓ ଘୋଡ଼ା ବେପାରକୁ ଅପେକ୍ଷା କରୁଛନ୍ତି ?
ରାଜ୍ୟରେ ରାଜନୈତିକ ସଙ୍କଟ ମଧ୍ୟରେ ବିଜେପି ଯେପରି ଶାସକ ଦଳର ବିଧାୟକଙ୍କୁ ନିଜ ଆଡ଼କୁ ନ ଟାଣିବ, ସେଥିପାଇଁ ନିଜର ସମସ୍ତ ବିଧାୟକଙ୍କୁ ଗୁରୁବାର ଏକ ଫ୍ଲାଇଟରେ ହାଇଦ୍ରାବାଦର ଏକ ଅଜ୍ଞାତ ସ୍ଥାନକୁ ନେବାକୁ ଜେଏମ୍ଏମ୍ ଯୋଜନା କରିଥିଲା। ହେଲେ କୁହୁଡ଼ି ଯୋଗୁଁ ଫ୍ଲାଇଟ୍ ବାତିଲ ହେବାରୁ ଜେଏମ୍ଏମ୍ ବିଧାୟକ ହାଇଦ୍ରାବାଦ ଯାଇପାରିନଥିଲେ ।
ଅନ୍ୟପକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ପିଏମ୍ଏଲ୍ଏ (ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ) କୋର୍ଟ ଦିନକ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ଜମି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ହେମନ୍ତ ସୋରେନଙ୍କୁ ବୁଧବାର ରାତିରେ ଗିରଫ କରିଥିଲା ଇଡି ।
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
