କୁନୋରେ ତିନି ଶାବକଙ୍କୁ ଜନ୍ମ ଦେଲା ଚିତା ‘ଜ୍ୱାଲା’
ଭୋପାଳ: କୁନୋ ଜାତୀୟ ଉଦ୍ୟାନରେ ନାମିବ୍ୟାରୁ ଅଣାଯାଇଥିବା ଏକ ଚିତା ‘ଜ୍ବାଲା’ ତିନୋଟି ଛୁଆ ଜନ୍ମ କରିଛି । ଏହା ପୂର୍ବରୁ ଜାନୁଆରୀ ୩ରେ ଚିତା ‘ଆଶା’ ତିନିଟି ଛୁଆ ଜନ୍ମ କରିଥିଲା । ବର୍ତ୍ତମାନ କୁନୋ ଜାତୀୟ ଉଦ୍ୟାନରେ ଚିତା ଶାବକ ସଂଖ୍ୟା ୬କୁ ବୃଦ୍ଧି ପାଇଛି । କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି, କୁନୋରେ ନୂଆ ଶାବକ । ‘ଜ୍ବାଲା’ ନାମକ ନାମିବ୍ୟା [...]
ଭୋପାଳ: କୁନୋ ଜାତୀୟ ଉଦ୍ୟାନରେ ନାମିବ୍ୟାରୁ ଅଣାଯାଇଥିବା ଏକ ଚିତା ‘ଜ୍ବାଲା’ ତିନୋଟି ଛୁଆ ଜନ୍ମ କରିଛି । ଏହା ପୂର୍ବରୁ ଜାନୁଆରୀ ୩ରେ ଚିତା ‘ଆଶା’ ତିନିଟି ଛୁଆ ଜନ୍ମ କରିଥିଲା । ବର୍ତ୍ତମାନ କୁନୋ ଜାତୀୟ ଉଦ୍ୟାନରେ ଚିତା ଶାବକ ସଂଖ୍ୟା ୬କୁ ବୃଦ୍ଧି ପାଇଛି ।
କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି, କୁନୋରେ ନୂଆ ଶାବକ । ‘ଜ୍ବାଲା’ ନାମକ ନାମିବ୍ୟା ଚିତା ତିନି ଶାବକଙ୍କୁ ଜନ୍ମ ଦେଇଛି। ନାମିବ୍ୟାର ଆଉ ଏକ ଚିତା “ଆଶା’ କିଛି ସପ୍ତାହ ତଳେ ତିନୋଟି ଶାବକ ଜନ୍ମ କରିଥିଲା। ସମସ୍ତ ବନ୍ୟପ୍ରାଣୀ ଫ୍ରଣ୍ଟ ଲାଇନ୍ ଯୋଦ୍ଧା ଓ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଅଭିନନ୍ଦନ। ଭାରତରେ ଏହିପରି ବନ୍ୟପ୍ରାଣୀଙ୍କ ଅଭିବୃଦ୍ଧି ହେଉ। କେନ୍ଦ୍ର ପରିବେଶ ମନ୍ତ୍ରୀ କୁନୋରେ ନୂଆ ଚିତା ଶାବକ ଭିଡିଓକୁ ‘ଏକ୍ସ’ ରେ ସେୟାର କରିଛନ୍ତି।
ଗତ ବର୍ଷ ୨୭ ମାର୍ଚ୍ଚରେ ମଧ୍ୟ ଚିତା ‘ଜ୍ବାଲା’ ଚାରି ଛୁଆ ଜନ୍ମ କରିଥିଲା, କିନ୍ତୁ ସେମାନଙ୍କ ମଧ୍ୟରୁ ତିନିଜଣଙ୍କର ମୃତ୍ୟୁ ହୋଇଥିଲା। ଏକ ମାଈ ଛୁଆ ସମ୍ପ୍ରତି ୧୦ ମାସର ହୋଇଗଲାଣି ଓ ଏହା ସମ୍ପୂର୍ଣ୍ଣ ସୁସ୍ଥ ଅଛି ।
ସୂଚନାଯୋଗ୍ୟ, ଦୁଇଟି ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକା ଏବଂ ନାମିବ୍ୟାରୁ ୨୦ଟି ଚିତାବାଘ ଅଣାଯାଇ କୁନୋ ଜାତୀୟ ଉଦ୍ୟାନରେ ଛଡ଼ା ଯାଇଥିଲା। ସେଥିମଧ୍ୟରୁ ୭ ଚିତାଙ୍କ ମୃତ୍ୟୁ ଘଟିଛି।
Exchange of Fire Reported Between Forces and Maoists In Boudh’s Nalikumpa Forest
Next Articleମୋକିମ ଓ ଚିରଞ୍ଜୀବଙ୍କ ଉପରୁ ନିଲମ୍ବନ ହଟାଇଲା କଂଗ୍ରେସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
