ଆପକୁ ପୁଣି ଏକ ଝଟକା, ଦିଲ୍ଲୀ ମନ୍ତ୍ରୀ ରାଜକୁମାର ଆନନ୍ଦ ନିଜ ପଦ ଓ ଦଳରୁ ଇସ୍ତଫା ଦେଲେ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ୍)ର ସମସ୍ୟା ବଢ଼ିବାରେ ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ଖୋଦ୍ ଦଳର ଜାତୀୟ ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ତିନି ଜଣ ନେତା ଜେଲରେ ଥିବା ବେଳେ ଦଳକୁ ପୁଣି ଏକ ଝଟକା ଲାଗିଛି। ଦିଲ୍ଲୀ ମନ୍ତ୍ରୀ ରାଜ କୁମାର ଆନନ୍ଦ ତାଙ୍କ ପଦ ଓ ଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଛନ୍ତି। କେଜ୍ରିୱାଲ ସରକାରରେ ସାମାଜିକ କଲ୍ୟାଣ ମନ୍ତ୍ରୀ ଥିବା ଆନନ୍ଦ ଇସ୍ତଫା ଦେଇ କହିଛନ୍ତି, [...]
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ୍)ର ସମସ୍ୟା ବଢ଼ିବାରେ ଲାଗିଛି। ଅବକାରୀ ଦୁର୍ନୀତି ମାମଲାରେ ଖୋଦ୍ ଦଳର ଜାତୀୟ ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ତିନି ଜଣ ନେତା ଜେଲରେ ଥିବା ବେଳେ ଦଳକୁ ପୁଣି ଏକ ଝଟକା ଲାଗିଛି। ଦିଲ୍ଲୀ ମନ୍ତ୍ରୀ ରାଜ କୁମାର ଆନନ୍ଦ ତାଙ୍କ ପଦ ଓ ଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଛନ୍ତି।
କେଜ୍ରିୱାଲ ସରକାରରେ ସାମାଜିକ କଲ୍ୟାଣ ମନ୍ତ୍ରୀ ଥିବା ଆନନ୍ଦ ଇସ୍ତଫା ଦେଇ କହିଛନ୍ତି, ବିଡ଼ମ୍ବନାର ବିଷୟ ଯେ ରାଜନୀତି ତ ବଦଳିଲାନି କିନ୍ତୁ ନେତାମାନେ ବଦଳି ଗଲେ।
“ଆମ୍ ଆଦମୀ ପାର୍ଟି ଦୁର୍ନୀତି ବିରୋଧରେ ଆନ୍ଦୋଳନରୁ ଜନ୍ମଗ୍ରହଣ କରିଥିଲା, କିନ୍ତୁ ଆଜି ଏହି ଦଳ ନିଜେ ଦୁର୍ନୀତିରେ ଛନ୍ଦି ହୋଇପଡ଼ିଛି। ଏହି ସରକାରରେ କାମ କରିବା ମୋ ପାଇଁ ଅସହଜ ହୋଇପଡିଛି। ମୁଁ ଏହି ଦଳ ତଥା ସରକାରରେ ମୋର ମନ୍ତ୍ରୀ ପଦରୁ ଇସ୍ତଫା ଦେଉଛି।”
ସୂଚନାଯୋଗ୍ୟ ଯେ ଦିଲ୍ଲୀର ମଦ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ବର୍ଷ ନଭେମ୍ବରରେ ରାଜ କୁମାର ଆନନ୍ଦଙ୍କ ବାସଭବନରେ ଚଢ଼ାଉ କରିଥିଲା।
ଏହି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବର୍ତ୍ତମାନ ତିହାର ଜେଲରେ ଅଛନ୍ତି। ଇଡି ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା। କେଜ୍ରିୱାଲ ବର୍ତ୍ତମାନ ଜେଲରୁ ହିଁ ସରକାର ଚଳାଉଛନ୍ତି। କେଜ୍ରିୱାଲଙ୍କ ପୂର୍ବରୁ ମନୀଷ ସିସୋଦିଆ ମଧ୍ୟ ଏହି ମାମଲାରେ ଗତ ବର୍ଷ ଠାରୁ ତିହାର ଜେଲରେ ଅଛନ୍ତି।
Retired BEO Sentenced to 3 Yrs Jail in Bribery Case in Rayagada
Next Articleଓଡ଼ିଶା ପାଇଁ କଂଗ୍ରେସର ୫୯ ଜଣିଆ ନିର୍ବାଚନ ପ୍ରଚାର କମିଟି ଗଠିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
