ଇଡି ଟିମ୍ ଉପରେ ଆକ୍ରମଣ ମାମଲା: ଫେରାର ଟିଏମସି ନେତାଙ୍କ ବିରୋଧରେ ଲୁକଆଉଟ୍ ନୋଟିସ୍
ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଚଢ଼ାଉ ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ଉପରେ ହୋଇଥିବା ଆକ୍ରମଣ ମାମଲାରେ ଟିଏମସି ନେତା ଶାହାଜାହାନ ଶେଖଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି ହୋଇଛି। ଶୁକ୍ରବାର ରାସନ୍ ଦୁର୍ନୀତି ମାମଲାରେ ତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ବେଳେ ଇଡି ଟିମ୍ ଉପରେ ଆକ୍ରମଣ ହୋଇଥିଲା । ଏଥିରେ ଅନେକ ଅଧିକାରୀ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ଶାହାଜାହାନ ଶେଖ୍ ଫେରାର ଅଛନ୍ତି । ଶାହାଜାହାନ ଶେଖଙ୍କ [...]
ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଚଢ଼ାଉ ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ଉପରେ ହୋଇଥିବା ଆକ୍ରମଣ ମାମଲାରେ ଟିଏମସି ନେତା ଶାହାଜାହାନ ଶେଖଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି ହୋଇଛି। ଶୁକ୍ରବାର ରାସନ୍ ଦୁର୍ନୀତି ମାମଲାରେ ତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ବେଳେ ଇଡି ଟିମ୍ ଉପରେ ଆକ୍ରମଣ ହୋଇଥିଲା । ଏଥିରେ ଅନେକ ଅଧିକାରୀ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ଶାହାଜାହାନ ଶେଖ୍ ଫେରାର ଅଛନ୍ତି । ଶାହାଜାହାନ ଶେଖଙ୍କ ସମର୍ଥକମାନେ ଇଡି ଟିମ୍ ଉପରେ ଆକ୍ରମଣ କରିଥିଲେ । ଏହି ଟିଏମସି ନେତାଙ୍କୁ ଧରିବା ପାଇଁ ଇଡି ସମସ୍ତ ବିମାନବନ୍ଦର ସହ ସୀମା ସୁରକ୍ଷା ବାହିନୀ, ସୀମା ପୋଲିସ ଏବଂ ଅନ୍ୟାନ୍ୟ ଏଜେନ୍ସିକୁ ଆଲର୍ଟ କରିଛି ।
ଟିଏମସି ନେତା ତଥା ଉତ୍ତର ୨୪ ପ୍ରଗଣା ଜିଲ୍ଲା ପରିଷଦ ସଦସ୍ୟ ଶାହାଜାହାନ ଶେଖଙ୍କ ସନ୍ଦେଶଖାଲି ସ୍ଥିତ ବାସଭବନରେ ତଲାସି ପାଇଁ ଯାଇଥିବା ଇଡି ଦଳ ଉପରେ ତାଙ୍କ ସମର୍ଥକମାନେ ଘାତକ ଆକ୍ରମଣ କରିଥିଲେ । ଇଡି ଦଳ ସହ ଯାଇଥିବା ସିଆରପିଏଫ୍ ଯବାନଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଥିଲା।
ଏହି ମାମଲାରେ ଇଡି ଶୁକ୍ରବାର ବିଳମ୍ବିତ ରାତିରେ ବୋନଗାଓଁ ମ୍ୟୁନିସିପାଲିଟିର ପୂର୍ବତନ ଅଧ୍ୟକ୍ଷ ଶଙ୍କର ଆଧ୍ୟାଙ୍କୁ ଗିରଫ କରିଥିଲା। ଆଧ୍ୟା ପୂର୍ବତନ ରାଜ୍ୟ ମନ୍ତ୍ରୀ ଜ୍ୟୋତିପ୍ରିୟ ମଲ୍ଲିକଙ୍କ ନିକଟତର ବୋଲି କୁହାଯାଉଛି। ରାସନ୍ ଦୁର୍ନୀତି ମାମଲାରେ ଜ୍ୟୋତିପ୍ରିୟଙ୍କୁ ପୂର୍ବରୁ କେନ୍ଦ୍ରୀୟ ଏଜେନ୍ସି ଗିରଫ କରିସାରିଛି ।
CM Naveen Launches Sports Projects worth Rs. 120 Cr in Sambalpur
Next Articleଓ୍ବାଇଏସ୍ଆର୍ କଂଗ୍ରେସ ପାର୍ଟିରେ ଯୋଗ ଦେବାର ୯ ଦିନ ପରେ ଦଳ ଛାଡ଼ିଲେ ଅମ୍ବାତି ରାୟଡୁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
