କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସୁପ୍ରିମକୋର୍ଟ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଟିମ୍ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛନ୍ତି । ଅବକାରୀ ଦୁର୍ନୀତି ସହ ଜଡ଼ିତ ମାମଲାରେ ଇଡି ଟିମ୍ ସର୍ଚ୍ଚ ଓ୍ବାରେଣ୍ଟ୍ ସହ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଆପ୍ ମୁଖ୍ୟଙ୍କ ଘରେ ତଲାସି କରୁଥିବା ଜଣାପଡ଼ିଛି । ଜେରା ପାଇଁ ହାଜର ହେବାକୁ କେଜ୍ରିୱାଲଙ୍କୁ ଇଡି ଆଉ ଏକ ସମନ ମଧ୍ୟ ଜାରି କରିବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଗିରଫରୁ ସୁରକ୍ଷା [...]
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଟିମ୍ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛନ୍ତି । ଅବକାରୀ ଦୁର୍ନୀତି ସହ ଜଡ଼ିତ ମାମଲାରେ ଇଡି ଟିମ୍ ସର୍ଚ୍ଚ ଓ୍ବାରେଣ୍ଟ୍ ସହ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଆପ୍ ମୁଖ୍ୟଙ୍କ ଘରେ ତଲାସି କରୁଥିବା ଜଣାପଡ଼ିଛି । ଜେରା ପାଇଁ ହାଜର ହେବାକୁ କେଜ୍ରିୱାଲଙ୍କୁ ଇଡି ଆଉ ଏକ ସମନ ମଧ୍ୟ ଜାରି କରିବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଗିରଫରୁ ସୁରକ୍ଷା ପାଇଁ କେଜ୍ରିୱାଲ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ।
ଏହା ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଗିରଫରୁ ସୁରକ୍ଷା ନେଇ କେଜ୍ରିୱାଲଙ୍କ ଆବେଦନକୁ ଖାରଜ କରି ଦେଇଥିଲେ । ଏହାର କିଛି ମିନିଟ୍ ପରେ ଇଡି ଟିମ୍ କେଜ୍ରିୱାଲଙ୍କ ଘରେ ପହଞ୍ଚିଥିଲା ।
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୂର୍ବରୁ ୯ ଥର ସମନ ଜାରି କରିଥିଲେ ମଧ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଥରେ ବି ହାଜର ହୋଇନଥିଲେ । ଇଡି ସମନକୁ ସେ ବେଆଇନ ବୋଲି କହିଥିଲେ ।
ଇଡିର ନବମ ସମନ ପରେ କେଜ୍ରିୱାଲ ଦିଲ୍ଲୀ ହାଇକୋର୍ଟ ଯାଇଥିଲେ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡ଼ିଥିଲା । ସେପଟେ ଆପ୍ ଅଭିଯୋଗ କରିଛି ଯେ କେଜ୍ରିୱାଲଙ୍କୁ ଇଡି ଗିରଫ କରିବାକୁ ଯୋଜନା କରୁଛି ।
ଏସବିଆଇ ଦେଇଥିବା ନିର୍ବାଚନୀ ବଣ୍ଡ୍ ତଥ୍ୟ ସାର୍ବଜନୀନ କଲେ ଇସି
Next ArticleExcise Officials Seize Huge Cache of Illicit Liquor, Cash from Hotel in Balasore
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
