ଶରଦ ପାୱାରଙ୍କୁ ଝଟକା, ଅଜିତ ପାୱାରଙ୍କ ଗୋଷ୍ଠୀକୁ ପ୍ରକୃତ ଏନସିପି ଭାବେ ନିର୍ବାଚନ କମିଶନଙ୍କ ମାନ୍ୟତା
ନୂଆଦିଲ୍ଲୀ: ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କୁ ଲାଗିଛି ବଡ଼ ଝଟକା । ନିର୍ବାଚନ କମିଶନ ମଙ୍ଗଳବାର ଶରଦ ପାୱାରଙ୍କ ପୁତୁରା ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ପ୍ରକୃତ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ବୋଲି ଘୋଷଣା କରିଛନ୍ତି । ଏଥିସହ ଦଳ ଉପରେ ନିୟନ୍ତ୍ରଣ ନେଇ ଦାଦା-ପୁତୁରା ମଧ୍ୟରେ କିଛି ମାସ ଧରି ଚାଲିଥିବା ବିବାଦର ଅବସାନ ଘଟିଛି। ଏକ ଆଦେଶରେ ନିର୍ବାଚନ କମିଶନ ଅଜିତ ପାୱାର ନେତୃତ୍ୱାଧୀନ ଗୋଷ୍ଠୀକୁ ଏନସିପିର ନିର୍ବାଚନ ପ୍ରତୀକ ‘କାନ୍ଥ ଘଣ୍ଟା’ [...]
ନୂଆଦିଲ୍ଲୀ: ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କୁ ଲାଗିଛି ବଡ଼ ଝଟକା । ନିର୍ବାଚନ କମିଶନ ମଙ୍ଗଳବାର ଶରଦ ପାୱାରଙ୍କ ପୁତୁରା ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ପ୍ରକୃତ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ବୋଲି ଘୋଷଣା କରିଛନ୍ତି । ଏଥିସହ ଦଳ ଉପରେ ନିୟନ୍ତ୍ରଣ ନେଇ ଦାଦା-ପୁତୁରା ମଧ୍ୟରେ କିଛି ମାସ ଧରି ଚାଲିଥିବା ବିବାଦର ଅବସାନ ଘଟିଛି।
ଏକ ଆଦେଶରେ ନିର୍ବାଚନ କମିଶନ ଅଜିତ ପାୱାର ନେତୃତ୍ୱାଧୀନ ଗୋଷ୍ଠୀକୁ ଏନସିପିର ନିର୍ବାଚନ ପ୍ରତୀକ ‘କାନ୍ଥ ଘଣ୍ଟା’ ପ୍ରଦାନ କରିଛନ୍ତିି ।
ଆଗାମୀ ରାଜ୍ୟସଭା ନିର୍ବାଚନକୁ ଦୃଷ୍ଟିରେ ରଖି କମିଶନ ଶରଦ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିଜ ରାଜନୈତିକ ଦଳର ଏକ ନାମ ଦାବି କରିବା ଓ ତିନୋଟି ପ୍ରାଥମିକତା ପ୍ରଦାନ କରିବାକୁ ବୁଧବାର ଅପରାହ୍ନ ପର୍ଯ୍ୟନ୍ତ ସମୟ ଦେଇଛନ୍ତି।
ଅଜିତ ପାୱାର ଗତ ବର୍ଷ ଜୁଲାଇରେ ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରି ଅଧିକାଂଶ ଏନସିପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ବିଜେପି-ଶିବସେନା ସରକାରରେ ସାମିଲ ହୋଇଥିଲେ।
ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସରିଥିଲେ ବି ଅସ୍ଥାୟୀ ସଂଗ୍ରହାଳୟ ଓ ପ୍ରଦର୍ଶନୀ ହଲରେ ଭିଡ଼
Next Articleଓଡ଼ିଆ ଭାଷା ସମ୍ମିଳନୀରେ ନୂଆ ପିଢ଼ି ସହ ଯୋଡ଼ି ହେଲେ ପୁରାତନ ଛାତ୍ର, ରେଭେନ୍ସା କଲେଜିଏଟ୍ ସ୍କୁଲର ଛାତ୍ର ସିଦ୍ଧାର୍ଥଙ୍କୁ ପ୍ରଶଂସା କଲେ ପୁରାତନ ଛାତ୍ର ତଥା ବୈଜ୍ଞାନିକ ସଚ୍ଚିଦାନନ୍ଦ ପଣ୍ଡା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
