ଆଜି ପୁଣି ‘ଦିଲ୍ଲୀ ଚଲୋ’ ଅଭିଯାନ ଆରମ୍ଭ କରିବେ କୃଷକ
ନୂଆଦିଲ୍ଲୀ: ଆଜି କୃଷକଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନର ଦ୍ୱିତୀୟ ଦିନ। ଗତକାଲି ଶମ୍ଭୁ ସୀମାରେ ପୋଲିସ ସହ ସଂଘର୍ଷ ପରେ କୃଷକମାନେ ଦିଲ୍ଲୀ ଯାତ୍ରାକୁ ସ୍ଥଗିତ ରଖିଥିଲେ। ବିକ୍ଷୋଭକାରୀ କୃଷକମାନେ ଆଜି ପୁଣି ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଗତକାଲି ପଞ୍ଜାବ-ହରିୟାଣ ଶମ୍ଭୁ ସୀମାରେ କୃଷକ ଓ ହରିୟାଣା ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବ୍ୟାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରୁଥିବା ଚାଷୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା । [...]
ନୂଆଦିଲ୍ଲୀ: ଆଜି କୃଷକଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନର ଦ୍ୱିତୀୟ ଦିନ। ଗତକାଲି ଶମ୍ଭୁ ସୀମାରେ ପୋଲିସ ସହ ସଂଘର୍ଷ ପରେ କୃଷକମାନେ ଦିଲ୍ଲୀ ଯାତ୍ରାକୁ ସ୍ଥଗିତ ରଖିଥିଲେ। ବିକ୍ଷୋଭକାରୀ କୃଷକମାନେ ଆଜି ପୁଣି ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଗତକାଲି ପଞ୍ଜାବ-ହରିୟାଣ ଶମ୍ଭୁ ସୀମାରେ କୃଷକ ଓ ହରିୟାଣା ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବ୍ୟାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରୁଥିବା ଚାଷୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା । ଚାଷୀଙ୍କ ସହ ପୋଲିସର ସଂଘର୍ଷରେ ଉଭୟ ପକ୍ଷର ଅନେକ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ଜଣେ ପୋଲିସ ଡିଏସପି ମଧ୍ୟ ଅଛନ୍ତି। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି) ନେଇ କୃଷକମାନେ ଆଇନ ଆଣିବାକୁ ଦାବି କରୁଛନ୍ତି ।
ଚାଷୀଙ୍କୁ ଅଟକାଇବା ପାଇଁ ଦିଲ୍ଲୀର ସମସ୍ତ ସୀମା ସିଲ୍ କରାଯାଇଛି। ସିଙ୍ଗୁ ସୀମା, ଟିକିରୀ ଏବଂ ଗାଜିପୁର ସୀମାରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। କଣ୍ଟା ତାର ଏବଂ ସିମେଣ୍ଟ ବ୍ୟାରିକେଡ୍ ଦ୍ୱାରା ସୀମା ସିଲ୍ ହୋଇଛି । କୃଷକମାନେ ସେମାନଙ୍କ ଦାବି ପୂରଣ ନେଇ ଅଟଳ ରହିଛନ୍ତି। ସେମାନେ କହିଛନ୍ତି ଯେ ସରକାର ସେମାନଙ୍କ ଦାବି ପ୍ରତି ଗମ୍ଭୀର ନୁହଁନ୍ତି। ଏଭଳି ପରିସ୍ଥିତିରେ କୃଷକମାନେ ସମସ୍ତ ବାଧାବିଘ୍ନ ସତ୍ତ୍ୱେ ଆଜି ପୁଣି ଦିଲ୍ଲୀ ଯିବାକୁ ଚେଷ୍ଟା କରିବେ।
ରାଜସ୍ଥାନରୁ ରାଜ୍ୟସଭା ପ୍ରାର୍ଥୀ ହେବେ ସୋନିଆ, ଆଜି ନାମାଙ୍କନ ପତ୍ର ଦାଖଲ କରିବେ
Next ArticleBJP Nominates Ashwini Vaishnaw as Rajya Sabha Candidate from Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
