ମାଦ୍ରାସା ଉଚ୍ଛେଦ ନେଇ ଉତ୍ତରାଖଣ୍ଡର ହଲଦ୍ବାନିରେ ହିଂସା, ୪ ମୃତ
ହଲଦ୍ବାନି: ବେଆଇନ ମାଦ୍ରାସା ଉଚ୍ଛେଦକୁ ନେଇ ଉତ୍ତରାଖଣ୍ଡର ହଲଦ୍ବାନିର ବ୍ୟାପକ ହିଂସା ଘଟିଛି। ସହରର ବନଭୁଲାପୁରରେ ପଥର ମାଡ଼ରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତିି। ଶାନ୍ତି ବଜାୟ ରଖିବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମଗ୍ର ସହରରେ କର୍ଫ୍ୟୁ ଜାରି କରାଯାଇଛି । ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ [...]
ହଲଦ୍ବାନି: ବେଆଇନ ମାଦ୍ରାସା ଉଚ୍ଛେଦକୁ ନେଇ ଉତ୍ତରାଖଣ୍ଡର ହଲଦ୍ବାନିର ବ୍ୟାପକ ହିଂସା ଘଟିଛି। ସହରର ବନଭୁଲାପୁରରେ ପଥର ମାଡ଼ରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତିି। ଶାନ୍ତି ବଜାୟ ରଖିବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମଗ୍ର ସହରରେ କର୍ଫ୍ୟୁ ଜାରି କରାଯାଇଛି । ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ ଦିଆଯାଇଛି। ସହରରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ ରହିଛି ।
ହଲଦ୍ବାନିର ବନଭୁଲାପୁରା ଥାନା ନିକଟ ମଲିକ୍ ବଗିଚା ଅଞ୍ଚଳରେ ଗୁରୁବାର ଏକ ବେଆଇନ ମଦ୍ରାସା ଉଛେଦ ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା । ପୌର ନିଗମ ଅଧିକାରୀ ଜେସିବି ସହ ପହଞ୍ଚିବା ପରେ ସ୍ଥାନୀୟ ଲୋକ ଉଛେଦ କାର୍ଯ୍ୟକୁ ତୀବ୍ର ବିରୋଧ କରିଥିଲେ ।
ସେମାନେ ପ୍ରଶାସନିକ ଅଧିକାରୀ, ପୋଲିସ ଓ ସାମ୍ବାଦିକଙ୍କ ଉପରକୁ ପଥର ମାଡ଼ କରିଥିଲେ । ଏହି ଘଟଣାରେ ବହୁ ପୋଲିସ କର୍ମଚାରୀ ଆହତ ହୋଇଥିଲେ । ଉପଦ୍ରବୀମାନେ ଅଧିକାରୀ ମାନଙ୍କ ଗାଡ଼ି ମଧ୍ୟ ଜାଳି ଦେଇଥିଲେ।
ରଥଯାତ୍ରା ପାଇଁ ଦଶପଲ୍ଲାରୁ ପୁରୀ ଗଲା ପ୍ରଥମ ପର୍ଯ୍ୟାୟ ରଥକାଠ
Next Articleଦୁଇ ପୂର୍ବତନ ପ୍ରଧାନମନ୍ତ୍ରୀ ଓ ଜଣେ କୃଷି ବୈଜ୍ଞାନିକଙ୍କୁ ଦିଆଯିବ ‘ଭାରତରତ୍ନ’
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
