ତୋଷଖାନା ମାମଲାରେ ଇମ୍ରାନ ଖାନ ଓ ପତ୍ନୀଙ୍କୁ ୧୪ ବର୍ଷ ଜେଲ୍ ଦଣ୍ଡାଦେଶ
ଇସଲାମାବାଦ: ପୁଣି ଏକ ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଓ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ୧୪ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି । ଦଣ୍ଡାଦେଶ ପରେ ବୁଶରା ବିବି ଆତ୍ମସମର୍ପଣ କରିଛନ୍ତି। ଏହି ମାମଲା ତୋଷଖାନା ସହ ଜଡ଼ିତ । ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ଥିବାବେଳେ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡ଼ିକୁ ସେ ଓ ତାଙ୍କ ପତ୍ନୀ ନିଜର ବ୍ୟକ୍ତିଗତ ଲାଭ ପାଇଁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଦିନକ [...]
ଇସଲାମାବାଦ: ପୁଣି ଏକ ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଓ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ୧୪ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି । ଦଣ୍ଡାଦେଶ ପରେ ବୁଶରା ବିବି ଆତ୍ମସମର୍ପଣ କରିଛନ୍ତି। ଏହି ମାମଲା ତୋଷଖାନା ସହ ଜଡ଼ିତ । ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ଥିବାବେଳେ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡ଼ିକୁ ସେ ଓ ତାଙ୍କ ପତ୍ନୀ ନିଜର ବ୍ୟକ୍ତିଗତ ଲାଭ ପାଇଁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା।
ଦିନକ ପୂର୍ବରୁ ଇମ୍ରାନ ଖାନଙ୍କୁ ସାଇଫର ବା ଗୁପ୍ତ ତଥ୍ୟ ପ୍ରଘଟ ମାମଲାରେ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଥିଲା।
୨୦୨୨ରେ ଇମ୍ରାନ ଖାନ ଅନାସ୍ଥା ପ୍ରସ୍ତାବରେ ହାରି ପ୍ରଧାନମନ୍ତ୍ରୀ ପଦରୁ ବିତାଡ଼ିତ ହୋଇଥିଲେ। ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ସେ ସମ୍ପ୍ରତି ତିନି ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ତାଙ୍କ ବିରୋଧରେ ଅଧିକାଂଶ ମାମଲା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଇମ୍ରାନ ଅଭିଯୋଗ କରିଛନ୍ତି।
ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନର କିଛି ସପ୍ତାହ ପୂର୍ବରୁ ଇମ୍ରାନ ଖାନ ବିଭିନ୍ନ ମାମଲାରେ ଫସିଛନ୍ତି। ନିର୍ବାଚନରେ ଲଢ଼ିବାକୁ ମଧ୍ୟ ଇମ୍ରାନ ଖାନଙ୍କ ଉପରେ ବ୍ୟାନ୍ ଲଗାଇଛନ୍ତି ଦେଶର ନିର୍ବାଚନ କମିଶନ । ଗତ ବର୍ଷ ଅଗଷ୍ଟରେ ଗିରଫ ହେବା ପରେ ଇମ୍ରାନ ଖାନ ଜେଲରେ ଅଛନ୍ତି।
ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ନିମନ୍ତେ ନିର୍ଦ୍ଦେଶାବଳୀ
Next Articleଆଉ ତିନି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ , ଫେବ୍ରୁଆରୀ ସୁଦ୍ଧା ସବୁ ଜିଲ୍ଲାରେ ଚାଲିବ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
