ଗିରଫ ବିରୋଧରେ ସୁପ୍ରିମକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ କେଜ୍ରିୱାଲ
ନୂଆଦିଲ୍ଲୀ:ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ତାଙ୍କ ଗିରଫ ବିରୋଧରେ ସୁପ୍ରିମକୋର୍ଟରେ କରିଥିବା ଆବେଦନକୁ ଅରବିନ୍ଦ କେଜ୍ରିୱାଲ ପ୍ରତ୍ୟାହାର କରି ନେଇଛନ୍ତି । ସୁପ୍ରିମକୋର୍ଟ ତାଙ୍କ ଆବେଦନର ଶୁଣାଣି କରିବାକୁ ରାଜି ହୋଇଥିଲେ ମଧ୍ୟ କେଜ୍ରିୱାଲ ଏହି ନିଷ୍ପତ୍ତି ନେଇଛନ୍ତି । ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ ଖଣ୍ଡପୀଠ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିଥାନ୍ତେ । କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂଘଭି ଖଣ୍ଡପୀଠକୁ କହିଥିଲେ [...]
ନୂଆଦିଲ୍ଲୀ:ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ତାଙ୍କ ଗିରଫ ବିରୋଧରେ ସୁପ୍ରିମକୋର୍ଟରେ କରିଥିବା ଆବେଦନକୁ ଅରବିନ୍ଦ କେଜ୍ରିୱାଲ ପ୍ରତ୍ୟାହାର କରି ନେଇଛନ୍ତି । ସୁପ୍ରିମକୋର୍ଟ ତାଙ୍କ ଆବେଦନର ଶୁଣାଣି କରିବାକୁ ରାଜି ହୋଇଥିଲେ ମଧ୍ୟ କେଜ୍ରିୱାଲ ଏହି ନିଷ୍ପତ୍ତି ନେଇଛନ୍ତି ।
ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ ଖଣ୍ଡପୀଠ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିଥାନ୍ତେ । କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂଘଭି ଖଣ୍ଡପୀଠକୁ କହିଥିଲେ ଯେ ଆଜି ଟ୍ରାଏଲ କୋର୍ଟରେ କେଜ୍ରିୱାଲଙ୍କ ରିମାଣ୍ଡ ଉପରେ ଶୁଣାଣି ହେବାର ଅଛି । ଟ୍ରାଏଲ କୋର୍ଟ ଓ ସୁପ୍ରିମକୋର୍ଟରେ ଶୁଣାଣି ପ୍ରାୟ ଏକା ସମୟରେ ହେଉଥିବା ଦୃଷ୍ଟିରୁ ଆବେଦନ ପ୍ରତ୍ୟାହାର କରିବାକୁ ସେ କୋର୍ଟଙ୍କୁ ଅନୁମତି ମାଗିଥିଲେ ।
ସେ କହିଥିଲେ ଯେ ରିମାଣ୍ଡ୍ ନେଇ ଶୁଣାଣି ଲାଗି କେଜ୍ରିୱାଲ ନିମ୍ନ ଅଦାଲତରେ ହାଜର ହେବା ପରେ ସେ ସୁପ୍ରିମକୋର୍ଟରେ ପୁଣି ତାଙ୍କ ଗିରଫ ବିରୋଧରେ ପିଟିସନ ଦାଖଲ କରିବେ। ଜଷ୍ଟିସ୍ ଖାନ୍ନା ସିଂଘଭିଙ୍କୁ ଏନେଇ ଅନୁମତି ଦେଇଥିଲେ।
ଅବକାରୀ ଦୁର୍ନୀତି ମାମଲାରେ ଇଡି କେଜ୍ରିୱାଲଙ୍କୁ ଗିରଫ କରିବା ପରେ ଆପ୍ ଏହାକୁ ଚ୍ୟାଲେଞ୍ଜ କରି ଗୁରୁବାର ରାତିରେ ହିଁ ସୁପ୍ରିମକୋର୍ଟ ଯାଇଥିଲା । ଏହା ପୂର୍ବରୁ ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କୁ ଗିରଫରୁ ସୁରକ୍ଷା ଦେବାକୁ ମନା କରିଦେଇଥିଲେ । ଏହାର କିଛି ଘଣ୍ଟା ପରେ ଆପର ଜାତୀୟ ଆବାହକଙ୍କୁ ଗିରଫ କରିଥିଲା ଇଡି।
Naveen Pays Last Respects to Former Minister Damodar Rout at Sankha Bhawan
Next ArticleBerhampur Police Seizes Huge Quantity of Liquor at Inter-state Border Check Gate
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
