ଅନୁଷ୍କା ଆସନ୍ନ ପ୍ରସବା, ପୁଣି ଥରେ ବାପା ହେବେ କୋହଲି
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଚଳିତ ଟେଷ୍ଟ ସିରିଜର ପ୍ରଥମ ଦୁଇ ମ୍ୟାଚରୁ ଓହରି ଯାଇଥିବା ବିରାଟ କୋହଲି ପୁଣି ଥରେ ବାପା ହେବାକୁ ଯାଉଛନ୍ତି। ଆସନ୍ନ ପ୍ରସବା ଅଛନ୍ତି ତାଙ୍କ ପତ୍ନୀ ଅନୁଷ୍କା ଶର୍ମା। କୋହଲିଙ୍କ ଘନିଷ୍ଠ ବନ୍ଧୁ ତଥା ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଏବି ଡି’ଭିଲିୟର୍ସ ଏହି ସୂଚନା ଦେଇଛନ୍ତି। ଭାରତ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ପରେ ଡି’ଭିଲିୟର୍ସ ତାଙ୍କ ୟୁଟ୍ୟୁବ୍ ଚ୍ୟାନେଲରେ ଜଣେ ପ୍ରଶଂସକଙ୍କ ପ୍ରଶ୍ନରେ କହିଛନ୍ତି – ‘ମୁଁ [...]
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଚଳିତ ଟେଷ୍ଟ ସିରିଜର ପ୍ରଥମ ଦୁଇ ମ୍ୟାଚରୁ ଓହରି ଯାଇଥିବା ବିରାଟ କୋହଲି ପୁଣି ଥରେ ବାପା ହେବାକୁ ଯାଉଛନ୍ତି। ଆସନ୍ନ ପ୍ରସବା ଅଛନ୍ତି ତାଙ୍କ ପତ୍ନୀ ଅନୁଷ୍କା ଶର୍ମା। କୋହଲିଙ୍କ ଘନିଷ୍ଠ ବନ୍ଧୁ ତଥା ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଏବି ଡି’ଭିଲିୟର୍ସ ଏହି ସୂଚନା ଦେଇଛନ୍ତି।
ଭାରତ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ପରେ ଡି’ଭିଲିୟର୍ସ ତାଙ୍କ ୟୁଟ୍ୟୁବ୍ ଚ୍ୟାନେଲରେ ଜଣେ ପ୍ରଶଂସକଙ୍କ ପ୍ରଶ୍ନରେ କହିଛନ୍ତି – ‘ମୁଁ କୋହଲିଙ୍କୁ ଫୋନ୍ କରିଥିଲି ଓ ତାଙ୍କ ଭଲମନ୍ଦ ବିଷୟରେ ପଚାରିଲି । ସେ ମୋତେ କହିଥିଲେ ଯେ ସେ ତାଙ୍କ ପରିବାର ସହିତ ଅଛନ୍ତି। ଡି ଭିଲିୟର୍ସ କହିଥିଲେ ‘ବିରାଟଙ୍କ ଦ୍ୱିତୀୟ ସନ୍ତାନ ଆସିବାକୁ ଯାଉଛି। ଏହି କାରଣରୁ ସେ ପରିବାର ସହିତ ଅଛନ୍ତି |
ଜାନୁଆରୀ ୨୫ରୁ ଆରମ୍ଭ ହୋଇଥିବା ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜର ପ୍ରଥମ ଦୁଇ ମ୍ୟାଚରୁ ବ୍ୟକ୍ତିଗତ କାରଣ ଦର୍ଶାଇ ଓହରି ଯାଇଥିଲେ କୋହଲି ।
ବିରାଟ କୋହଲି ୧୧ ଜାନୁୟାରୀ ୨୦୨୧ରେ ପ୍ରଥମ ଥର ବାପା ହୋଇଥିଲେ । ଏଥିପାଇଁ ସେ ଅଷ୍ଟ୍ରେଲିଆ ଗସ୍ତ ଅଧାରୁ ଛାଡି ଭାରତ ଫେରି ଆସିଥିଲେ। କୋହଲିଙ୍କ ପତ୍ନୀ ଅନୁଷ୍କା ଶର୍ମା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ ।
ସମନ ସତ୍ତ୍ୱେ ହାଜର ହେଉନଥିବାରୁ କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଗଲା ଇଡି
Next ArticleCandidates list for LS polls to be finalised after consultation: Siddaramaiah
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
