କାର୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମେହବୁବା ମୁଫତି
ଅନନ୍ତନାଗ: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ସଭାପତି ମେହବୁବା ମୁଫତିଙ୍କ କାର୍ ଗୁରୁବାର ଅନନ୍ତନାଗ ଜିଲ୍ଲାର ସଙ୍ଗମ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟ ବଶତଃ ମୁଫତି ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି | ତାଙ୍କ କାର୍ ବିପରୀତ ଦିଗରୁ ଆସୁଥିବା ଏକ ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ସଡ଼କ ଦୁର୍ଘଟଣାରେ ମେହବୁବା ମୁଫତିଙ୍କ କିଛି କ୍ଷତି ହୋଇନାହିଁ । ତେବେ ତାଙ୍କ ଡ୍ରାଇଭରଙ୍କ ଗୋଡ଼ରେ ସାମାନ୍ୟ ଆଘାତ ଲାଗିଛି। [...]
ଅନନ୍ତନାଗ: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ସଭାପତି ମେହବୁବା ମୁଫତିଙ୍କ କାର୍ ଗୁରୁବାର ଅନନ୍ତନାଗ ଜିଲ୍ଲାର ସଙ୍ଗମ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟ ବଶତଃ ମୁଫତି ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି | ତାଙ୍କ କାର୍ ବିପରୀତ ଦିଗରୁ ଆସୁଥିବା ଏକ ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ସଡ଼କ ଦୁର୍ଘଟଣାରେ ମେହବୁବା ମୁଫତିଙ୍କ କିଛି କ୍ଷତି ହୋଇନାହିଁ । ତେବେ ତାଙ୍କ ଡ୍ରାଇଭରଙ୍କ ଗୋଡ଼ରେ ସାମାନ୍ୟ ଆଘାତ ଲାଗିଛି।
ସୂଚନାନୁସାରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ଅଗ୍ନିକାଣ୍ଡ ପୀଡିତଙ୍କୁ ଭେଟିବା ପାଇଁ ଅନନ୍ତନାଗରେ ପହଞ୍ଚିଥିଲେ । ସେଠାରୁ ତାଙ୍କୁ ଖାନବଲ ଅଞ୍ଚଳକୁ ଯିବାର ଥିଲା। ସଡ଼କ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମେହବୁବା ମୁଫତିଙ୍କ ପାଇଁ ଆଉ ଏକ ଗାଡ଼ିର ବ୍ୟବସ୍ଥା କରିଥିଲା। ଆହତ ଡ୍ରାଇଭରଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର -୨୦୨୩ : ଭୁବନେଶ୍ୱର ଓ ଚିକିଟିକୁ ପୁରସ୍କାର
Next ArticleBhubaneswar Bags Swachh Survekshan Award 2023
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
