ଓଡିଶାରେ ପିଏମ୍-ଉଷା କାର୍ଯ୍ୟକ୍ରମ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ଵର: ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ ପିଏମ୍-ଉଷା କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। ପିଏମ୍-ଉଷା କାର୍ଯ୍ୟକ୍ରମ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। [...]
ଭୁବନେଶ୍ଵର: ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ ପିଏମ୍-ଉଷା କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।
ପିଏମ୍-ଉଷା କାର୍ଯ୍ୟକ୍ରମ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ।
କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ ରାଜ୍ୟରେ ସ୍କୁଲ, କଲେଜ ପିଲାଙ୍କୁ ନେଇ ପ୍ରାୟ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି। ରାଜ୍ୟ ଜନସଂଖ୍ୟାର ଏହା ହେଉଛି ଏକ ଚତୁର୍ଥାଂଶ। ତେଣୁ ଏହି ପିଲାମାନଙ୍କର ଠିକ୍ ଭାବରେ ଦାୟିତ୍ୱ ନିଆଯାଇ ପାରିଲେ ରାଜ୍ୟର ବିକାଶ ବିଶ୍ୱସ୍ତରୀୟ ହୋଇପାରିବ।
ସେ କହିଲେ ଯେ ଏକ ବିଂଶ ଶତାବ୍ଦୀ ହେଉଛି ଜ୍ଞାନର ଶତାବ୍ଦୀ । ଜ୍ଞାନ ଓ ପ୍ରତିଭା ହେଉଛି ଓଡିଆ ପିଲାଙ୍କ ମୂଳ ଆଧାର। ଏହାର ବିକାଶ ହୋଇପାରିଲେ ଆମ ପିଲାମାନେ ମଧ୍ୟ ବିଶ୍ୱ ସ୍ତରରେ ନିଜର ଦକ୍ଷତା ପ୍ରଦର୍ଶନ କରିପାରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ।
ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଥିଲେ ଯେ ପି.ଏମ୍. ଉଚ୍ଚତର ଶିକ୍ଷା ଅଭିଯାନ ଦ୍ୱାରା ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସକରାତ୍ମକ ପ୍ରଭାବ ପଢିବ। ଶିକ୍ଷାନୁଷ୍ଠାନ ଗୁଡିକର ଭିତ୍ତିଭୂମି ସୁଦୃଢ ହେବା ସହିତ ପିଲାମାନେ ଗୁଣାତ୍ମକ ଶିକ୍ଷା ପାଇପାରିବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଶାସନ ସଚିବ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।
ଉଚ୍ଚ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ସ୍ୱାଗତ ଭାଷଣ ଦେଇଥିଲେ।
Balasore: Odisha Vigilance Arrests DEO Office JA in DA Case
Next ArticleState Consultation Workshop on ‘Creating Enabling Ecosystem for Services in Tier 2 and 3 Cities’ held at Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
