ଅନ୍ତର୍ଜାତୀୟ କ୍ରିକେଟରୁ ନିଲ୍ ୱାଗନରଙ୍କ ଅବସର
ଓ୍ବେଲିଂଟନ: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ଦ୍ରୁତ ବୋଲର ନିଲ୍ ୱାଗନର୍ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ପାଇଁ ତାଙ୍କୁ ଦଳରେ ସୁଯୋଗ ନ ମିଳିବା ପରେ ୱାଗନର୍ ଏହି ନିଷ୍ପତ୍ତି ନେଇଛନ୍ତି। ଦକ୍ଷିଣ ଆଫ୍ରିକାର ମୂଳର ୱାଗନର୍ ୨୦୧୨ରେ ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ କ୍ୟାରିଅର୍ ଆରମ୍ଭ କରିଥିଲେ | ଏହି ଅବଧି ମଧ୍ୟରେ ସେ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଥିବା ବେଳେ ୨୬୦ ୱିକେଟ୍ ନେଇଥିଲେ। ୱେଲିଙ୍ଗଟନ୍ରେ [...]
ଓ୍ବେଲିଂଟନ: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ଦ୍ରୁତ ବୋଲର ନିଲ୍ ୱାଗନର୍ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ପାଇଁ ତାଙ୍କୁ ଦଳରେ ସୁଯୋଗ ନ ମିଳିବା ପରେ ୱାଗନର୍ ଏହି ନିଷ୍ପତ୍ତି ନେଇଛନ୍ତି।
ଦକ୍ଷିଣ ଆଫ୍ରିକାର ମୂଳର ୱାଗନର୍ ୨୦୧୨ରେ ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ କ୍ୟାରିଅର୍ ଆରମ୍ଭ କରିଥିଲେ | ଏହି ଅବଧି ମଧ୍ୟରେ ସେ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଥିବା ବେଳେ ୨୬୦ ୱିକେଟ୍ ନେଇଥିଲେ। ୱେଲିଙ୍ଗଟନ୍ରେ ଗୁରୁବାର ଠାରୁ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ୍ ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ସେ ନିଜ ଅବସର ଘୋଷଣା କରିଛନ୍ତି।
୩୭ ବର୍ଷୀୟ ଏହି ଦ୍ରୁତ ବୋଲର କହିଛନ୍ତି, ସେ ଆଗାମୀ ଟେଷ୍ଟ ସିରିଜରେ ନ୍ୟୁଜିଲ୍ୟାଣ୍ଡ ଦଳର ଅଂଶ ହେବେ ନାହିଁ ବୋଲି ତାଙ୍କୁ ଚୟନକର୍ତ୍ତାମାନେ ଜଣାଇଛନ୍ତି । ଗତ ସପ୍ତାହରେ କୋଚ୍ ଗ୍ୟାରି ଷ୍ଟେଡଙ୍କ ସହ କଥା ହେବା ପରେ ସେ ଅବସର ନିଷ୍ପତ୍ତି ନେଇଥିଲେ।
ଓ୍ବାଗନର୍ ୨୦୦୬ରେ ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିଥିଲେ। ସେ ୨୦୫ ପ୍ରଥମ ଶ୍ରେଣୀ ମ୍ୟାଚରେ ୮୨୧ ୱିକେଟ୍ ନେଇଛନ୍ତି | ସେ ୩୬ ଥର ୫ ୱିକେଟ୍ ଏବଂ ଦୁଇଟି ୧୦ ୱିକେଟ୍ ସଫଳତା ହାସଲ କରିଛନ୍ତି । ଏଥି ସହିତ ୱାଗନର୍ ୧୧୬ ଲିଷ୍ଟ ଏ’ ମ୍ୟାଚ୍ ରେ ୧୭୬ ୱିକେଟ୍ ନେଇଛନ୍ତି | ଟେଷ୍ଟ କ୍ରିକେଟରେ ଦ୍ରୁତ ବୋଲରଙ୍କ ନାଁରେ ୯ ଥର ପାଞ୍ଚ କିମ୍ବା ତଦୁର୍ଦ୍ଧ୍ବ ୱିକେଟ୍ ନେଇଛନ୍ତି। ଭାରତ ବିପକ୍ଷ ୨୦୨୧-୨୨ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ବିଜୟୀ ଦଳର ସଦସ୍ୟ ଥିଲେ ଓ୍ବାଗନର୍ ।
ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ , ବିନା ସୁଧରେ ମା’ ମାନଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ
Next ArticleOdisha: +2 Exam Results to Be Declared by May 15
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
