News Room Odisha
BREAKING
Odia

କାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ଚାରିଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ଶ୍ରୀଜୀଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ମହାପ୍ରଭୁଙ୍କର ଏକ [...]

Admin•January 2, 2024
Share Article:

ପୁରୀ – ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ଶ୍ରୀଜୀଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତ ମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ସେବା ନୀତି । ତେଣୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହେ।

#Odia#Odisha#News
Share Article:

Related Articles