ବଲାଙ୍ଗୀରବାସୀ ପାଇବେ ନୂଆବର୍ଷ ଉପହାର, ଆଜି ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର -ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗୀରବାସୀଙ୍କୁ ଦେବେ ନୂଆବର୍ଷ ଭେଟି । ବଲାଙ୍ଗୀରର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ଜଳ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ଏଥିସହ ୩୦୫ କୋଟି ଟଙ୍କା ବିନିଯୋଗରେ ୬୯ଟି ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ୨ ହଜାର ୨୨୦ କୋଟି ଟଙ୍କାରେ ୧୧୨ଟି ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା [...]
ଭୁବନେଶ୍ବର -ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗୀରବାସୀଙ୍କୁ ଦେବେ ନୂଆବର୍ଷ ଭେଟି । ବଲାଙ୍ଗୀରର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ଜଳ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। ଏଥିସହ ୩୦୫ କୋଟି ଟଙ୍କା ବିନିଯୋଗରେ ୬୯ଟି ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ୨ ହଜାର ୨୨୦ କୋଟି ଟଙ୍କାରେ ୧୧୨ଟି ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।
ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାର ୨୦୬ଟି ଗାଁର ଲୋକେ ଉପକୃତ ହେବେ । ପ୍ରାୟ ୪୦ ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୭୦ ହଜାର ଲୋକଙ୍କୁ ମିଳିବ ପିଇବା ପାଣି ।
୧୯୯୮ ମସିହାରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପାଇଁ ଯୋଜନା ହୋଇଥିଲା । ୨୦୨୧ ମସିହାରେ ପ୍ରକଳ୍ପ ୫-ଟି ଅଧୀନକୁ ଆସିବା ପରେ ଦ୍ରୁତଗତିରେ ଆଗେଇଥିଲା କାମ । ୫- ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗତବର୍ଷ ଅଗଷ୍ଟ ମାସରେ ବଲାଙ୍ଗୀର ଯାଇ ପ୍ରକଳ୍ପର ଅଗ୍ରଗତିର ତଦାରଖ କରିଥିଲେ । ଡ୍ୟାମର ଜଳଧାରଣ କ୍ଷମତା ୩୨୦.୨୮ ଲକ୍ଷ କ୍ୟୁବିକ ମିଟର ରହିଥିବା ବେଳେ ପ୍ରକଳ୍ପ ଦ୍ବାରା ଏକ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ୨ ହଜାର ୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପାଇଁ ୨୮ ଟି ଗାଁର ଲୋକ ନିଜର ଜମି ପ୍ରଦାନ କରିଛନ୍ତି ।
ପ୍ରକୃତିର ବୈଚିତ୍ରତା ମଧ୍ୟରେ ରହିଛି ଦେଢ଼ଶୁର-ଭାଇବୋହୂ ଭୀମ ପାହାଡ଼
Next Articleଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଚାରିଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
